Masthead

ପାଲା ଗାୟକ ସମ୍ମିଳନୀରେ ବିଜେପି ନେତା

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀଜିଲ୍ଲା ପିପିଲି ବ୍ଲକ ରଥପୁରୁଷୋତ୍ତମପୁର ଅନ୍ତର୍ଗତ ଛଣଘର ଠାରେ ଛଣେଶ୍ୱର ମହାଦେବଙ୍କ ପୀଠରେ ଜିଲ୍ଲା ମଣ୍ଡଳ ସ୍ତରୀୟ ତୃତୀୟ ବାର୍ଷିକ ସମ୍ମିଳନୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୀଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକ ଯୋଗ ଦେଇଥିଲେ । ସେ ଓଡିଶାର ପୁରାତନ କଳା ସଂସ୍କୃତି ଓ କଳାକାରଙ୍କ ଭବିଷ୍ୟତ ଉପରେ ବକ୍ତବ୍ୟ ରଖିଥିଲେ । ପାଲା ଗାୟକ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ବୁଝିଥିଲେ ।

କିପରି ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ ହେବ ସେ ନେଇ ବିଜେପି ସରକାରଙ୍କ ପାଖରେ ଉପସ୍ଥାପନ କରିବ ବୋଲି କହିଥିଲେ । କରୋନା ଯୋଗୁଁ ହଜାର ହଜାର କଳାକାରଙ୍କ ଜୀବନ ଜୀବିକା ବହୁଳ ଭାବେ ପ୍ରଭାବିତ ହୋଇଥିବାବେଳେ ଏ ଦିଗରେ କଟକଣା କୋହଳ କରାଯାଉ ବୋଲି କଳାକାରଙ୍କ ସହ ସହମତି ପ୍ରକାଶ କରିଥିଲେ । ଏହି କାର୍ୟ୍ୟକ୍ରମରେ ପିପିଲି ସାମ୍ବାଦିକ ସଂଘ ସମ୍ପାଦକ ବରିଷ୍ଠ ସାମ୍ବାଦିକ ରାଜକିଶୋର ସ୍ୱାଇଁ ଯୋଗ ଦେଇଥିଲେ । କଳାକାରଙ୍କ ସମସ୍ୟାର ସମାଧାନ ପାଇଁ ସରକାର ପଦକ୍ଷେପ ନେବା ଜରୁରୀ ବୋଲି କହିଥିଲେ । ଜିଲ୍ଲାରୁ ଆସିଥିବା ସମସ୍ତ ଗାୟକ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା