Masthead

ଶ୍ରୀକ୍ଷେତ୍ରରେ ପଞ୍ଚକ ବ୍ରତ ଆରମ୍ଭ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠାରୁ କାର୍ତ୍ତିକ ମାସର ପଞ୍ଚକବ୍ରତ ଆରମ୍ଭ ହୋଇଛି  । ଚଳିତବର୍ଷ ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ଅନୁଷ୍ଠିତ ହେବ  । ସେଥିପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ଟି ବେଶ ଅନୁଷ୍ଠିତ ହେବ  ।  ଏହି ୪ ଦିନରେ ମହାପ୍ରଭୁଙ୍କୁ ଭିନ୍ନ ଭିନ୍ନ ବେଶରେ ସଜିତ କରାଯିବ  । ଆଜି ପଞ୍ଚକ ବ୍ରତର ପ୍ରଥମ ଦିନ ବଡଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜିତ କରାଯାଇଛି  । ଆଜି ମଧ୍ୟ ହରି ଉତ୍ଥାପନ ଏକାଦଶୀ। ଏହିଦିନ ମହାପ୍ରଭୁ ନିଦରୁ ଉଠନ୍ତି। ଆଷାଢ ଶୁକ୍ଳପକ୍ଷ ଏକାଦଶୀରେ ମହାପ୍ରଭୂ ଶୟନ କରିଥିବା ବେଳେ ଆଜି କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁ ନିଦ୍ରାରୁ ଉଠିଥାନ୍ତି।

ଶାସ୍ତ୍ର ମତରେ ଆଜିର ବଡ ଏକାଦଶୀ ଠାରୁ ଶୁଭ ସମୟ ଆରମ୍ଭ ହେଉଥିବାରୁ ସମସ୍ତ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ ହୋଇଥାଏ। ଦୀର୍ଘ ୪ ମାସ ପରେ ମହାପ୍ରଭୁ ଶୟନରୁ ଉଠୁଥିବାରୁ ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। ତେବେ ପଞ୍ଚୁକ ଅବସରରେ  ଅତ୍ୟଧିକ ଭିଡ଼କୁ ଦୃଷ୍ଟିରେ ରଖି ମାର୍କେଟ ଛକ ଠାରୁ ବ୍ୟାରିକେଡ କରାଯାଇଛି ।  ଲୋକମାନେ ବ୍ୟାରିକେଡ଼ରେ ଯାଇ ସିଂହଦ୍ୱାର ପଟେ ପ୍ରବେଶ କରି ଅନ୍ୟ ତିନି ଦୁଆରେ ପ୍ରସ୍ଥାନ କରିବେ  । ଚଳିତବର୍ଷ ପଞ୍ଚକ ଚାରିଦିନ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ତରଫରୁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା