Masthead

ନୂଆ ରୂପ ପାଇବ ପଞ୍ଚଲିଙ୍ଗେଶ୍ୱର ଶୈବପୀଠ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆ ରୂପ ପାଇବ ବାଲେଶ୍ୱରର ପଞ୍ଚଲିଙ୍ଗେଶ୍ୱର ଶୈବପୀଠ । ରୂପାନ୍ତର ପାଇଁ ଖର୍ଚ୍ଚ ହେବ ୧୫ କୋଟି ୫୮ ଲକ୍ଷ । ଶୈବପୀଠ ର ସୌନ୍ଦର୍ୟ୍ୟକରଣ ଓ ପର୍ଯ୍ୟଟକଙ୍କ ସୁବିଧା ଲାଗି କରାଯିବ ବିକାଶ । ରୂପାନ୍ତର ପାଇଁ ରାଜ୍ୟ ସରକାର କରିବେ ଖର୍ଚ୍ଚ ।ଉତ୍ତର ଓଡ଼ିଶାର ପ୍ରସିଦ୍ଧ ବାବା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ, ଯେଉଁଠି ରାଜ୍ୟ ଓ ତଥା ରାଜ୍ୟ ବାହାରରୁ ପର୍ଯ୍ୟଟକଙ୍କ ବେଶ୍ ଭିଡ଼ ଜମେ । ଦୀର୍ଘ ବର୍ଷ ପରେ ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ବିକାଶ । ମନ୍ଦିରର ପାରିପାର୍ଶ୍ବିକବିକାଶ ଓ ସୌନ୍ଦର୍ଜୀକରଣ ପାଇଁ ରାଜ୍ୟ ସରକାର ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ଜଣା ପଡିଛି । ସେପଟେ ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ବିକାଶର ମାଷ୍ଟର ପ୍ଲାନ ପାଇଁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ ଯାଇଛି। ପଞ୍ଚଲିଙ୍ଗେଶ୍ୱର ପୁରା ମନ୍ଦିରର ପୁନର୍ବିକାଶ ସହିତ ଗୁମ୍ଫା ଓ ଯଜ୍ଞ ମଣ୍ଡପକୁ ପ୍ରବେଶ ପଥ ନିର୍ମାଣ କରାଯିବ । ପୂଜାର୍ଚ୍ଚନା ସ୍ଥାନର ପରିବର୍ତ୍ତନ କରାଯାଇ ଅଧିକ  ସୌନ୍ଦର୍ଜୀକରଣ କରାଯିବା ସହ ମନ୍ଦିରର ପାର୍ଶ୍ଵବର୍ତ୍ତୀ ଯାଗା ଭିତରେ ସପିଂ କମ୍ପ୍ଲେକ୍ସ , ପାର୍କ , ଗାଡି ପାର୍କିଂ ପିକ୍ନିକ୍ ପାଇଁ ବ୍ୟବସ୍ଥା ମଧ୍ୟ କରାଯିବା ସହ, ଏଠାରେ ଫୁଡକୋର୍ଟ, ଜଳକ୍ରୀଡା ଇତ୍ୟାଦି ନିର୍ମାଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧