Masthead

ପଞ୍ଚାୟତ ନିର୍ବାଚନ, ୩୦ରେ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ ପଞ୍ଚାୟତ ନିର୍ବାଚନ । ଏଥିପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଜାରି ହେବ ସରକାରୀ ବିଜ୍ଞପ୍ତି । ଶୁକ୍ରବାର ପ୍ରକାଶ ପାଇବ ପଞ୍ଚାୟତ ଭୋଟ ପାଇଁ ଚିଠା ସଂରକ୍ଷଣ ତାଲିକା । ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ସହ ବ୍ଲକ ଅଧ୍ୟକ୍ଷ ପଦବି ପାଇଁ ଚିଠା ସଂରକ୍ଷଣ ତାଳିକା ଜାରି ହେବ । ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ମଧ୍ୟ ସଂରକ୍ଷଣ ତାଲିକାର ବିଜ୍ଞପ୍ତି ପ୍ରକାଶ ପାଇବ । ଆସନ୍ତାକାଲିର ସରକାରୀ ଚିଠା ସଂରକ୍ଷଣ ବିଜ୍ଞପ୍ତି ଉପରେ ଏବେ ସମସ୍ତଙ୍କ ଆଖି । ଆସନ୍ତା ୨୦୨୨ ମାର୍ଚ୍ଚ ୫ରେ ଚଳିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର କାର୍ଯ୍ୟକାଳ ଶେଷ ହେବ ।

ଏଥିପାଇଁ ସରକାରୀ ପ୍ରସ୍ତୁତି ଜୋର ଧରିଛି । ରାଜ୍ୟରେ ୬୭୯୮ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ସହ ୮୫୩ ଜିଲ୍ଲା ପରିଷଦ ଜୋନ୍‌ ପାଇଁ ଭୋଟ ହେବ । ସେହିଭଳି ୯୨ ହଜାର ୱାର୍ଡମେମ୍ବର ସହ ୩୧୪ ବ୍ଲକ ଅଧ୍ୟକ୍ଷ ଏବଂ ୩୦ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବି ପାଇଁ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ । ୱାର୍ଡମେମ୍ବର, ସରପଞ୍ଚ, ସମତିସଭ୍ୟ ଓ ବ୍ଲକ ଅଧ୍ୟକ୍ଷ ପଦ ପାଇଁ ୮ରେ (ଶୁକ୍ରବାର) ଚିଠା ତାଲିକା ପ୍ରକାଶ ପାଇବ । ଏ ନେଇ ୧୬ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ ।

୨୧ ସୁଦ୍ଧା ସଂରକ୍ଷଣ ନେଇ ଅଭିଯୋଗ ଉପରେ ଶୁଣାଣି ପରେ ୨୬ରେ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶନ ସହ ନିର୍ବାଚନ କମିଶନଙ୍କୁ ହସ୍ତାନ୍ତର କରାଯିବ । ସେହିଭଳି ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ପଦବିର ସଂରକ୍ଷଣ ଚିଠା ତାଲିକା ୮ରେ ସର୍ବସାଧାରଣଙ୍କ ଅବଗତି ପାଇଁ ଜାରି ହେବ । ଏ ତାଲିକା ଉପରେ ସାଧାରଣରୁ ୧୮ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ୨୨ ସୁଦ୍ଧା ଜିଲ୍ଲାପାଳ ଶୁଣାଣି କରି ଫଏସଲା କରିବେ । ୨୯ରେ ସରକାରୀ ଅନୁମୋଦନ ପରେ ୩୦ରେ ଚୂଡ଼ାନ୍ତ ତାଲିକା କମିଶନଙ୍କ ନିକଟରେ ସରକାର ଦାଖଲ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ