Masthead

ବିଜେଡିର ଷ୍ଟାର ପ୍ରଚାରକ ତାଲିକରେ ପାଣ୍ଡିଆନ, ଶ୍ରୀମୟୀ, ଚିରଞ୍ଜିବୀ ସାମିଲ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ଷ୍ଠାର ପ୍ରଚାରକ ତାଲିକା । ଏହି ତାଲିକାରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ୪୦ଜଣଙ୍କ ନାମ ରହିଛି । ସେମାନଙ୍କ ମଧ୍ୟରେ ଏଥର ଟିକେଟ ନ ପାଇ ଅସନ୍ତୁଷ୍ଟ ଥିବା କେତେ ଜଣ ନେତାଙ୍କ ନାଁ ମଧ୍ୟ ସାମିଲ ରହିଛି।

ଏହି ତାଲିକାରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ର ଶେଖର ସାହୁ, ଅଶୋକଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍‌କେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ସେ ଜଗତସିଂହପୁର ବିଧାନସଭା ଆସନ ପାଇଁ ଟିକେଟ ଆଶାୟୀ ଥିଲେ। କିନ୍ତୁ ଦଳ ସେଠାରୁ ତାଙ୍କୁ ପ୍ରାର୍ଥୀ କରି ନାହିଁ। ସେହିପରି ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥୀ ହେବେ ବୋଲି ଅଶା ରଖିଥିଲେ। କୁହାଯାଉଥିଲା, ବିଜେଡି ତାଙ୍କୁ ପ୍ରାର୍ଥୀ କରିସାରିଛି, କେବଳ ଘୋଷଣା ବାକି ଅଛି। କିନ୍ତୁ ଦଳ ତାଙ୍କ ବଦଳରେ ମନ୍ମଥ ରାଉତରାୟଙ୍କୁ ପ୍ରାର୍ଥୀ କଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା