Masthead

ଆଜି ପଙ୍କୋଦ୍ଧାର ଏକାଦଶୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପଙ୍କୋଦ୍ଧାର ଏକାଦଶୀ । ପ୍ରଭୁ ଶ୍ରୀଲୋକନାଥଙ୍କ ଶ୍ରୀଅଙ୍ଗରୁ ପାଦୁକ ଉଦ୍ଧାର କରାଯାଇଛି। । ବର୍ଷକେ କେବଳ ପଙ୍କୋଦ୍ଧାର ଏକାଦଶୀରେ ହିଁ ଠାକୁରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଶ୍ରଦ୍ଧାଳୁମାନେ ଏହି ଦିନ ଠାକୁରଙ୍କ ଦର୍ଶନ କଲେ ଲକ୍ଷେ ଶିବଲିଙ୍ଗ ଦର୍ଶନ କରିବାର ପୂଣ୍ୟ ଅର୍ଜନ ହୁଏ ବୋଲି ବିଶ୍ୱାସ ରହିଛି । ଏହି ଅବସରରେ ପାର୍ବତୀ ସାଗର କୂଳରେ ଜଳିବ ଜଗତ ମଙ୍ଗଳ ଜାଗର ଦୀପ । ପ୍ରସିଦ୍ଧ ଶୈବପୀଠ ବାବା ଲୋକନାଥଙ୍କ ମନ୍ଦିରର ଏଭଳି ପରମ୍ପରା ସାରା ଦେଶରେ ବିରଳ ।

ଶ୍ରୀକ୍ଷେତ୍ରର ଭଣ୍ଡାର ରକ୍ଷକ ବାବା ଲୋକନାଥଙ୍କ ଶ୍ରୀଲିଙ୍ଗ ବର୍ଷସାରା ପାଣି ଭିତରେ ବୁଡ଼ି ରହିଥାନ୍ତି । ବର୍ଷସାରା ଜଳ ନିର୍ଗମ ହୋଇ ମନ୍ଦିର ଗମ୍ଭିରାକୁ ପରିପୂର୍ଣ୍ଣ କରିଦେଇଥାଏ । ଗର୍ଭଗୃହରୁ ପଙ୍କୋଦ୍ଧାର ଏକାଦଶୀରେ ପଙ୍କୋଦ୍ଧାର ହୋଇଥାଏ । ବର୍ଷସାରା ପ୍ରଭୁଙ୍କ ଲିଙ୍ଗ ଉପରେ ଲାଗି କରାଯାଇଥିବା ଫୁଲ, ବେଲପତ୍ର, ଛାଚି, କଦଳୀ ଓ ଜମି ଯାଇଥିବା ପଙ୍କ ଏହି ଅବସରରେ ବାହାର କରାଯାଇଥାଏ । ସେବାୟତମାନେ ଗମ୍ଭିରାରୁ ପଙ୍କ ଓ ପୂଜା ସାମଗ୍ରୀକୁ ଉଦ୍ଧାର କରିବା ପରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିଥାନ୍ତି । ବର୍ଷକରେ ଦିନେ ଶ୍ରଦ୍ଧାଳୁମାନେ ଶ୍ରୀଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ।

ଏଥିପାଇଁ ଶ୍ରୀଲୋକନାଥ ଦେବ ଟ୍ରଷ୍ଟ ବୋର୍ଡ ପକ୍ଷରୁ କରାଯାଇଛି ପ୍ରସ୍ତୁତି । ଲୋକନାଥଙ୍କ ପବିତ୍ର ପର୍ବ ପଙ୍କୋଧାର ଏକାଦଶୀରୁ ଆରମ୍ଭ ହୋଇଛି ଦର୍ଶନ । ଜାଗର ରାତ୍ରିରେ ଏଠାରେ ଅନନ୍ୟ ପରମ୍ପରା ଭାବେ ହରିହର ଭେଟ ହୁଏ । ବିଳମ୍ବିତ ରାତି ସାଢ଼େ ୧୨ଟାରେ ମନ୍ଦିର ଦ୍ୱାର ଫିଟା ନୀତି ଅନୁଷ୍ଠିତ ହୋଇଥିଲା । ରାତି ୧ଟା ୧୫ରେ ଠାକୁରଙ୍କ ମଙ୍ଗଳଆଳତି ଓ ଅବକାଶ ପୂଜା ବଢ଼ି ୩ଟା ମଧ୍ୟରେ ସକାଳ ଧୂପ ଓ ମଧ୍ୟାହ୍ନ ଧୂପ ସରି ଭୋର୍ ୪ଟାରୁ ସକାଳ ୮ଟା ପର୍ଯ୍ୟନ୍ତ ପଙ୍କୋଦ୍ଧାର ବିଧି ଅନୁଷ୍ଠିତ ହୋଇଛି । ପରେ ଠାକୁରଙ୍କ ମାଘସ୍ନାନ ହୋଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଦିନ ୧୨ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ ! 🔴 ୩ ଯାଏ କାଳବୈଶାଖୀ 🔴 ମାର୍କଣ୍ଡି ବେଳାଭୂମିରେ ସଫେଇ ଅଭିଯାନ: ୧୦୦ କିଲୋରୁ ଅଧିକ ପ୍ଲାଷ୍ଟିକ ବର୍ଜ୍ୟ ସଂଗ୍ରହ 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ ! 🔴 ୩ ଯାଏ କାଳବୈଶାଖୀ 🔴 ମାର୍କଣ୍ଡି ବେଳାଭୂମିରେ ସଫେଇ ଅଭିଯାନ: ୧୦୦ କିଲୋରୁ ଅଧିକ ପ୍ଲାଷ୍ଟିକ ବର୍ଜ୍ୟ ସଂଗ୍ରହ