Masthead

ଆଜି ବାବା ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ

ପୁରୀ (ବଡ଼ ଖବର ବ୍ୟୁରୋ) ଆଜି ପୁରୀର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କଉଦ୍ଧାର ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସମ୍ପୃକ୍ତ ଥିବା ବାବା ଶ୍ରୀଲୋକନାଥ ମନ୍ଦିରରେ ମହା ଶିବରାତ୍ରିର ପୂର୍ବରୁ ପଡୁଥିବା ଏକାଦଶୀ ତିଥିରେ ପଙ୍କଉଦ୍ଧାରର ସ୍ୱତନ୍ତ୍ର ନୀତି କରାଯାଇଥାଏ । ଆଜି ଶ୍ରୀ ଲୋକନାଥଙ୍କ ମନ୍ଦିରରେ ପଙ୍କଉଦ୍ଧାର ଏକାଦଶୀ ନୀତି ପାଳନ ହେବ ।

ପରମ୍ପରା ଅନୁଯାୟୀ ଶ୍ରୀ ଲୋକନାଥଙ୍କ ମନ୍ଦିର ଗମ୍ଭୀରାରେ ଜମା ହୋଇ ରହିଥିବା ଫୁଲ, ବେଲପତ୍ର, ପାଣି ସେବକମାନେ ବାହାର କରାଇ ସଫା କରାଇଥାନ୍ତି। ପଙ୍କ ଉଦ୍ଧାର ପରେ ଶ୍ରୀ ଲୋକନାଥଙ୍କ ମୂଳ ଲିଙ୍ଗ ଭକ୍ତମାନେ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି। ଏଥିପାଇଁ ବହୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥାଏ। ଏହି ତିଥିରେ ଶ୍ରୀ ଲୋକନାଥଙ୍କ ଦର୍ଶନ, ପୂଜାର୍ଚ୍ଚନା ଏବଂ ଏକାଦଶୀ ଚୂଡ଼ା ଘସା ଭୋଗ ହୋଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ