Masthead

ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ଦୁର୍ଘଟଣା ନେଲା ଜୀବନ । ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ନିରୀହ ଜୀବନ ।  ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ନିକଟସ୍ଥ ପ୍ରଧାନୀଗୁଡା  ରାଜାମାଟୁ ନିକଟ ଛକରେ ଟ୍ରଲର ଏବଂ କାର ମୁହାଁ ମୁହିଁ ଧକ୍କା ହୋଇ ଦୁଇ ଜଣଙ୍କ ମୃତ୍ୟୁ ଓ ତିନି ଗୁରୁତର  । ଏକ ପାଇପ ବୋଝେଇ ଟ୍ରକ ପାପଡାହାଣ୍ଡିରୁ କଳାହାଣ୍ଡି ଅଭିମୁଖେ ଯାଉଥିବା ବେଳେ କାରଟି  ପୁରୀରୁ ନବରଙ୍ଗପୁର ଅଭିମୁଖେ ଫେରୁଥିଲା । କାରରେ ୫ ଜଣ ଥିଲେ । ତେବେ ପ୍ରଧାନୀଗୁଡା ନିକଟସ୍ଥ ରାଜାମାଟୁ ଛକରେ ଉଭୟ ମୁହାଁମୁହିଁ  ଧକ୍କା ହେବା ଫଳରେ କାରରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ଘଟିଛି ।

ଏବଂ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି । ଖବର ପାଇ ପାପଡାହାଣ୍ଡି ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିବା ସହିତ ଗୁରୁତରମାନଙ୍କୁ ପାପଡାହାଣ୍ଡି ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ପରେ  ସେମାନଙ୍କୁ ନବରଙ୍ଗପୁର ଜିଲ୍ଳା  ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଛି । ତେବେ ଆହତ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି । କାର ଥିବା ଦୁଇ ମହିଳା ଙ୍କ ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ