Masthead

ଦୁଇ କିମି ଖଟିଆରେ ବୁହା ହେଲା ଶବ

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ପୁଣି ଖଟିଆରେ ବୁହା ହେଲେ ରୋଗୀ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଶବକୁ ବି ଦୁଇ କିଲୋମିଟର ଖଟିଆରେ ବୋହିଲେ ଗାଁ ଲୋକ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୈଦଳପୁଟ ପଂଚାୟତ ଜବାଗୁଡା ଗାଁର ହରିସିଂ ଯାନୀ ଙ୍କ ପତ୍ନୀ ଲଳିତା ଯାନୀଙ୍କୁ ଦୀର୍ଘ ୫ ଦିନ ହେବ ଜ୍ୱର ହେବା ସହ ଦେହ ଅସୁସ୍ଥ ଥିଲା । ହଠାତ ସେ ଗୁରୁତର ହୋଇ ପଡିବାରୁ ପରିବାର ଲୋକ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ।

କାଦୁଅ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ପହଂଚି ପାରିନଥିଲା । ଗାଁ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର କଣ୍ଟାସାରୁ ଗ୍ରାମ ନିକଟରେ ରହିଯାଇଥିଲା । ଶେଷରେ ବାଧ୍ୟ ହୋଇ ଗ୍ରାମବାସୀ ହାତରେ ଟର୍ଚ୍ଚ, ମୋବାଇଲ ଲାଇଟ ଲଗାଇ ଖଟିଆରେ ଭାର କରି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ । ଆମ୍ବୁଲାନ୍ସ ସାହାଯ୍ୟରେ ଲଳିତାଙ୍କୁ ପ୍ରଥମେ ମୈଦଲପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା ।

କିନ୍ତୁ, ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଥିବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସଳୟ ଓ ପରେ କୋରାପୁଟ ବଡ଼ ମେଡିକାଲକୁ ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଗାଁରେ ବିଭିନ୍ନ ସମ୍ପ୍ରଦାୟ ର ୭୦ ପରିବାର ରୁ ୩୦୦ ରୁ ଉର୍ଦ୍ଧ ଲୋକ ବସବାସ କରନ୍ତି । ପକ୍କା ରାସ୍ତା ଖଣ୍ଡେ ପାଇଁ ପ୍ରଶାସନ ନିକଟରେ ବାରମ୍ବାର ଦାବି କରୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଗ୍ରାମବାସୀ ଅଭିଯୋଗ ଆଣୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା