ଦୁଇ କିମି ଖଟିଆରେ ବୁହା ହେଲା ଶବ

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ପୁଣି ଖଟିଆରେ ବୁହା ହେଲେ ରୋଗୀ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଶବକୁ ବି ଦୁଇ କିଲୋମିଟର ଖଟିଆରେ ବୋହିଲେ ଗାଁ ଲୋକ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୈଦଳପୁଟ ପଂଚାୟତ ଜବାଗୁଡା ଗାଁର ହରିସିଂ ଯାନୀ ଙ୍କ ପତ୍ନୀ ଲଳିତା ଯାନୀଙ୍କୁ ଦୀର୍ଘ ୫ ଦିନ ହେବ ଜ୍ୱର ହେବା ସହ ଦେହ ଅସୁସ୍ଥ ଥିଲା । ହଠାତ ସେ ଗୁରୁତର ହୋଇ ପଡିବାରୁ ପରିବାର ଲୋକ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ।

କାଦୁଅ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ପହଂଚି ପାରିନଥିଲା । ଗାଁ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର କଣ୍ଟାସାରୁ ଗ୍ରାମ ନିକଟରେ ରହିଯାଇଥିଲା । ଶେଷରେ ବାଧ୍ୟ ହୋଇ ଗ୍ରାମବାସୀ ହାତରେ ଟର୍ଚ୍ଚ, ମୋବାଇଲ ଲାଇଟ ଲଗାଇ ଖଟିଆରେ ଭାର କରି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ । ଆମ୍ବୁଲାନ୍ସ ସାହାଯ୍ୟରେ ଲଳିତାଙ୍କୁ ପ୍ରଥମେ ମୈଦଲପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା ।

କିନ୍ତୁ, ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଥିବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସଳୟ ଓ ପରେ କୋରାପୁଟ ବଡ଼ ମେଡିକାଲକୁ ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଗାଁରେ ବିଭିନ୍ନ ସମ୍ପ୍ରଦାୟ ର ୭୦ ପରିବାର ରୁ ୩୦୦ ରୁ ଉର୍ଦ୍ଧ ଲୋକ ବସବାସ କରନ୍ତି । ପକ୍କା ରାସ୍ତା ଖଣ୍ଡେ ପାଇଁ ପ୍ରଶାସନ ନିକଟରେ ବାରମ୍ବାର ଦାବି କରୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଗ୍ରାମବାସୀ ଅଭିଯୋଗ ଆଣୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ