Masthead

ଉଦ୍ଧାର ହେଲେ ୮ ମତ୍ସ୍ୟଜୀବୀ

ପାରାଦୀପ, (ବଡ଼ ଖବର ବ୍ୟୁରୋ): ପାରାଦୀପ ଲାଇଟ ହାଉସ୍ ନିକଟରେ ବୋଟ ବୁଡି ଘଟଣାରେ ସମସ୍ତ ୮ ଜଣ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଆଜି ସକାଳୁ “ମା ମିନି ” ନାମକ ଏକ ବୋଟ୍ ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଲାଇଟ ହାଉସ୍ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର କାରଣ ସ୍ପଷ୍ଟ ଜଣାପଡି ନଥିଲେ ମଧ୍ୟ ଉଚ୍ଚ ଢେଉ ସାଙ୍ଗକୁ ସମୁଦ୍ର ଭିତରେ ୨୦୦୯ ମସିହାରେ ବୁଡିଯାଇଥିବା “ଏମ ଭି ବ୍ଲାକରୋଜ” ଜାହାଜରେ ବାଡେଇ ହୋଇ ବୋଟ୍ ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି।

ତେବେ ବୋଟରେ ମୋଟ ୮ ଜଣ ମତ୍ସଜୀବୀ ଥିଲେ। ଦୁର୍ଘଟଣା ପରେ ୫ ଜଣଙ୍କୁ ଅନ୍ୟ ମାଛଧରା ବୋଟ ଦ୍ୱାରା ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇଥିବା ବେଳେ ୩ ଜଣ ମତ୍ସଜୀବୀ ନିଖୋଜ ଥିଲେ। ପରେ ତିନୋଟି ବଡ ବୋଟ ଦ୍ୱାରା ସେମାନଙ୍କୁ ଉଦ୍ଧାର କରାଯାଇଛି। ଉଚ୍ଚ ଢେଉ ଯୋଗୁଁ ମୁହାଣରେ ମେରାଇନ୍ ପୋଲିସର ବୋଟ ଯାଇ ପାରିବ ନାହିଁ ବୋଲି ମନା କରିବା ପରେ ଅନ୍ୟ ୩ଟି ମାଛ ଧରା ବୋଟ ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ