Masthead

ଉଦ୍ଧାର ହେଲେ ୮ ମତ୍ସ୍ୟଜୀବୀ

ପାରାଦୀପ, (ବଡ଼ ଖବର ବ୍ୟୁରୋ): ପାରାଦୀପ ଲାଇଟ ହାଉସ୍ ନିକଟରେ ବୋଟ ବୁଡି ଘଟଣାରେ ସମସ୍ତ ୮ ଜଣ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଆଜି ସକାଳୁ “ମା ମିନି ” ନାମକ ଏକ ବୋଟ୍ ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଲାଇଟ ହାଉସ୍ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର କାରଣ ସ୍ପଷ୍ଟ ଜଣାପଡି ନଥିଲେ ମଧ୍ୟ ଉଚ୍ଚ ଢେଉ ସାଙ୍ଗକୁ ସମୁଦ୍ର ଭିତରେ ୨୦୦୯ ମସିହାରେ ବୁଡିଯାଇଥିବା “ଏମ ଭି ବ୍ଲାକରୋଜ” ଜାହାଜରେ ବାଡେଇ ହୋଇ ବୋଟ୍ ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି।

ତେବେ ବୋଟରେ ମୋଟ ୮ ଜଣ ମତ୍ସଜୀବୀ ଥିଲେ। ଦୁର୍ଘଟଣା ପରେ ୫ ଜଣଙ୍କୁ ଅନ୍ୟ ମାଛଧରା ବୋଟ ଦ୍ୱାରା ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇଥିବା ବେଳେ ୩ ଜଣ ମତ୍ସଜୀବୀ ନିଖୋଜ ଥିଲେ। ପରେ ତିନୋଟି ବଡ ବୋଟ ଦ୍ୱାରା ସେମାନଙ୍କୁ ଉଦ୍ଧାର କରାଯାଇଛି। ଉଚ୍ଚ ଢେଉ ଯୋଗୁଁ ମୁହାଣରେ ମେରାଇନ୍ ପୋଲିସର ବୋଟ ଯାଇ ପାରିବ ନାହିଁ ବୋଲି ମନା କରିବା ପରେ ଅନ୍ୟ ୩ଟି ମାଛ ଧରା ବୋଟ ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି