ପାରାଦୀପ ମର୍ଡର କେସ, ଡେମୋ ଦେଖାଇଲା ଅଭିଯୁକ୍ତ

ପାରାଦୀପ (ବଡ଼ ଖବର ବ୍ୟୁରୋ): କୁଜଙ୍ଗ ବଳରାମ ପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇମହିଳାଙ୍କୁ ହତ୍ୟା ଘଟଣା । ହତ୍ୟାକାଣ୍ଡର ଡେମୋ ଦେଖାଇଲା ଅଭିଯୁକ୍ତ ଜ୍ୟୋତି ପ୍ରକାଶ ନାଥଶର୍ମା ଓରଫ ଚିଣ୍ଟୁ। ଗତମାସ ୧୮ ତାରିଖ ସକାଳ ସମୟରେ ବଳରାମ ପୁର ନ୍ୟାସନାଲ ସ୍କୁଲ ନିକଟରେ ଚିଣ୍ଟୁ ଦୁଇଜଣ ମହିଳାକୁ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଅତି ନିର୍ମମ ଭାବେ ହତ୍ୟା କରିଥିଲା। ଏହି ଅଭାବନୀୟ ଘଟଣା ସମୟରେ ଦୁଇ ମହିଳାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଅଭିଯୁକ୍ତକୁ କାବୁକରି ପୋଲିସକୁ ଖବର ଦେଇଥିଲେ।

ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ଅନିତା ରାଉତ ଓ ନିର୍ମଳା ଲେଙ୍କାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ନିର୍ମଳାଙ୍କ ପୁଅ ମଧ୍ୟ ଗୁରୁତର ଆହତ ହୋଇଥିଲେ। କୁଜଙ୍ଗ ପୋଲିସ ଶନିବାର ଅଭିଯୁକ୍ତ ଜ୍ୟୋତି ପ୍ରକାଶ ନାଥଶର୍ମାକୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବା ସହିତ ସେଦିନର ସେହି ଲୋମଟାଙ୍କୁରା ଦୃଶ୍ୟର ଡେମୋ ଦେଖାଇଛି ଅଭିଯୁକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ