Masthead

ପାରାଦୀପ ମର୍ଡର କେସ, ଡେମୋ ଦେଖାଇଲା ଅଭିଯୁକ୍ତ

ପାରାଦୀପ (ବଡ଼ ଖବର ବ୍ୟୁରୋ): କୁଜଙ୍ଗ ବଳରାମ ପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇମହିଳାଙ୍କୁ ହତ୍ୟା ଘଟଣା । ହତ୍ୟାକାଣ୍ଡର ଡେମୋ ଦେଖାଇଲା ଅଭିଯୁକ୍ତ ଜ୍ୟୋତି ପ୍ରକାଶ ନାଥଶର୍ମା ଓରଫ ଚିଣ୍ଟୁ। ଗତମାସ ୧୮ ତାରିଖ ସକାଳ ସମୟରେ ବଳରାମ ପୁର ନ୍ୟାସନାଲ ସ୍କୁଲ ନିକଟରେ ଚିଣ୍ଟୁ ଦୁଇଜଣ ମହିଳାକୁ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଅତି ନିର୍ମମ ଭାବେ ହତ୍ୟା କରିଥିଲା। ଏହି ଅଭାବନୀୟ ଘଟଣା ସମୟରେ ଦୁଇ ମହିଳାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଅଭିଯୁକ୍ତକୁ କାବୁକରି ପୋଲିସକୁ ଖବର ଦେଇଥିଲେ।

ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ଅନିତା ରାଉତ ଓ ନିର୍ମଳା ଲେଙ୍କାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ନିର୍ମଳାଙ୍କ ପୁଅ ମଧ୍ୟ ଗୁରୁତର ଆହତ ହୋଇଥିଲେ। କୁଜଙ୍ଗ ପୋଲିସ ଶନିବାର ଅଭିଯୁକ୍ତ ଜ୍ୟୋତି ପ୍ରକାଶ ନାଥଶର୍ମାକୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବା ସହିତ ସେଦିନର ସେହି ଲୋମଟାଙ୍କୁରା ଦୃଶ୍ୟର ଡେମୋ ଦେଖାଇଛି ଅଭିଯୁକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ