Masthead

ସମ୍ବିତ ରାଉତରାୟଙ୍କ ବିରୋଧ, ଅଭିଯୋଗକୁ ଖଣ୍ଡନ କଲେ ସମର୍ଥକ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦ୍ଵୀପ ନିର୍ବାଚନ ମଣ୍ଡଳୀରେ ଏବେ ରାଜନୈତିକ ଗୋଟି ଚାଳନା ଆରମ୍ଭ ହୋଇଛି। ସୋମବାର ଦଳୀୟ କର୍ମୀ ଏକ ମଣ୍ଡପ ରେ କର୍ମୀ ସମ୍ମିଳନୀ କରି ବିଧାୟକ ସମ୍ବିତ ରାଉତରାୟଙ୍କୁ ଟାର୍ଗେଟ କରିଥିଲେ। ଏପରିକି ଗତ ୫ ବର୍ଷ ହେଲା ବିଧାୟକ ଦଳୀୟ କର୍ମୀଙ୍କୁ ଅଣଦେଖା କରିବା ସହିତ ସ୍ଥାନୀୟ ଅଞ୍ଚଳର ବିକାଶକୁ ମଧ୍ୟ ଅଣଦେଖା କରିଥିବା ଅଭିଯୋଗ କରିଥିଲେ। ଯାହାକୁ ବିରୋଧ କରିଛନ୍ତି ବିଧାୟକଙ୍କ ସମର୍ଥକ । ଯେଉଁମାନେ କର୍ମୀ ସମ୍ମିଳନୀ କରିଥିଲେ ସେମାନେ ଦଳରେ ବିଶୃଙ୍ଖଳା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି।

କୁଜଙ୍ଗ ବ୍ଲକ ବିଜେଡି ସଭାପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ କାର୍ଯ୍ୟକାରୀ ସଭାପତି ସୁଢଳ ସ୍ବାଇଁ, କୁଜଙ୍ଗ ବ୍ଲକ ଅଧ୍ୟକ୍ଷା ନିନାରାଣୀ ସାହୁ , ବିଜେଡ଼ି ବ୍ଲକ ଯୁବ ସଭାପତିଙ୍କ ସମେତ ବହୁ ଦଳୀୟ କର୍ମୀ ଯୋଗଦେଇ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ କରାଯାଇଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ନିର୍ବାଚନ ମଣ୍ଡଳୀରେ ଦଳ ଏକାଠି ଅଛି । ସମସ୍ତେ ଏକାଠି ହୋଇ ଦଳୀୟ କାର୍ଯ୍ୟକ୍ରମରେ ସହଯୋଗ କରିବେ। ଯେଉଁମାନେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ