Masthead

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଲା ପଲିଟିକ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲି ଲୋକାର୍ପଣ, ଆଜି ରାଜନୀତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଲା ପଲିଟିକ୍ସ। ଲୋକାର୍ପଣକୁ ଐତିହାସିକ କହିଲା ବିଜେଡି। ‘ଧାର୍ମିକ କାର୍ଯ୍ୟରେ ସରକାରୀ ଅର୍ଥ ଖର୍ଚ୍ଚ ହୋଇଛି’। ‘ବିରୋଧୀ ପ୍ରକଳ୍ପକୁ ବିରୋଧ କଲେ ଲୋକେ ଗ୍ରହଣ କରିବେନି’। ହବିଷ୍ୟାଳିମାନେ ପୁରୀ ଗଲେ ବି ଖର୍ଚ୍ଚ ହେଉଛି। ଏବେ ସାଧାରଣ ଲୋକ ଯିବେ। ଏବେ ଯିବେ ସୁରୁଖୁରରେ ଦର୍ଶନ କରିବେ କହିଛନ୍ତି ବରିଷ୍ଠ ବିଜେଡି ବିଧାୟକ ଅମର ଶତପଥୀ।

ସେପଟେ ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛି ବିଜେପି। ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ ଜଗନ୍ନାଥଙ୍କୁ ଟ୍ରେଡ ମାର୍କ ଭାବେ ବ୍ୟବହାର କରୁଛି ବିଜେଡି। ନାଟକର ରାଜ୍ୟ ସରକାରଙ୍କୁ ଓସ୍କାର ମିଳିବା କଥା। ମୋଦିଙ୍କୁ ଅନୁସରଣ କରୁଛନ୍ତି ନବୀନ। ରାମ ମନ୍ଦିରରେ ସରକାରୀ ଅର୍ଥ ଖର୍ଚ୍ଚ ହୋଇନାହିଁ। ଚାଉଳ ସଂଗ୍ରହ ଲୋକ ଦେଖାଣିଆ କହି ସମାଲୋଚନା କରିଛନ୍ତି ପ୍ରତାପ। ସେପଟେ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ କହିଛନ୍ତି ଶ୍ରୀମନ୍ଦିରକରୁ ନେଇ ରାଜନୀତି କରିବା ଠିକ ନୁହେଁ। ଯଦି ରାଜ୍ୟ ସରକାର ଏହାକୁ ନେଇ ନିର୍ବାଚନ ଲଢିବାକୁ ଯାଉଛନ୍ତି ତାହେଲେ ଜଗନ୍ନାଥ କ୍ଷମା କରିବେ ନାହିଁ। ଭୋଟର ଜବାବ ଦେବେ। ଲୋକାର୍ପଣ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ