Masthead

ସଂସଦ ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ଟା ବେଳେ ବସିବ ବୈଠକ । ଗୃହକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଏହି ବୈଠକରେ ଗୁରୁତ୍ବ ଦିଆଯାଇପାରେ । ଗୃହରେ ହଙ୍ଗାମା ନକରି ସବୁ ପ୍ରସଙ୍ଗରେ କିଭଳି ଆଲୋଚନା ହୋଇପାରିବ, ବିଲ୍ ପାସ୍ ହୋଇପାରିବ, ସେ ନେଇ ବିରୋଧୀଙ୍କ ସହଯୋଗ ଲୋଡ଼ି ପାରନ୍ତି କେନ୍ଦ୍ର ସରକାର। ୨୩ ତାରିଖରେ ଲୋକସଭାରେ ବଜେଟ ମଧ୍ୟ ଆସିବାର ଅଛି । ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ ।

ନିର୍ବାଚନ ପରେ ଦେଶବାସୀଙ୍କୁ ସେ କ’ଣ ଦେଉଛନ୍ତି, ତା’ ଉପରେ ରହିଛି ସମସ୍ତଙ୍କ ନଜର । ମୋଦି ସରକାର ତୃତୀୟ ପାଳିର ପ୍ରଥମ ବଜେଟ ବସିବାକୁ ଯାଉଛି । ଏଥିରୁ ଜଣାପଡ଼ିବ ଆସନ୍ତା ୫ ବର୍ଷ ଯାଏଁ ସରକାରଙ୍କ ଏଜେଣ୍ଡାରେ କ’ଣ ରହିଛି । ଅଧିବେଶନରେ ୬ଟି ନୂଆ ବିଲ୍ ମଧ୍ୟ ଉପସ୍ଥାପନ କରିବାକୁ କେନ୍ଦ୍ର ସରକାର ଯୋଜନା ରଖିଛନ୍ତି । ତେଣୁ ସୁରୁଖୁରୁରେ ଗୃହ ଚଳାଇବାକୁ ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ସହଯୋଗ ଲୋଡ଼ି ପାରନ୍ତି କେନ୍ଦ୍ର ସରକାର ।

ଏପଟେ ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ। ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି। ଏହି ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ୨୩ ତାରିଖରେ ଉପବାଚସ୍ପତି ଲାଗି ନାମାଙ୍କନ ହେବ । ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ କରାଯିବ । ୨୪ରେ ଫଳାଫଳ ଘୋଷଣା ହେବ । ୨୫ ତାରିଖରେ ମୋହନ ସରକାର ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବେ । ଅର୍ଥ ବିଭାଗକୁ ନିଜ ପାଖରେ ରଖିଥିବାରୁ ନିଜେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ