Masthead

ଆଜିଠୁ ସଂସଦର ବଜେଟ ଅଧିବେଶନ, କାଲି ଆସିବ କାମଚଳା ବଜେଟ

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ସଂସଦର ବଜେଟ ଅଧିବେଶନ । ଉଭୟ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ଅଧିବେଶନର ପ୍ରଥମ ଦିନରେ ଆଜି ଲୋକସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ । ଆସନ୍ତାକାଲି ଅର୍ଥାତ ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଅନ୍ତରୀଣ ବଜେଟ ଆଗତ କରିବେ । ଏହା ପୂର୍ବରୁ ମଙ୍ଗଳବାର ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ବଜେଟ ହୋଇଥିବା ବେଳେ ଏଥିରେ ଦେଶବାସୀଙ୍କ ପାଇଁ କିଛି ଖାସ ଘୋଷଣା କରିପାରନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ । ଏହା ଅନ୍ତରୀଣ ବଜେଟ୍ ହୋଇଥିବା ବେଳେ ଆଗାମୀ ଜୁଲାଇ ମାସରେ ନୂଆ ସରକାର ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ।

ନିର୍ବାଚନୀ ବର୍ଷରେ କେନ୍ଦ୍ରୀୟ ବଜେଟ କଣ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି । ପୂର୍ବରୁ ଶୀତକାଳୀନ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରୁ ନିଲମ୍ବିତ ହୋଇଥିବା ସମସ୍ତ ୧୪୬ ଜଣ ସାଂସଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହୋଇଛି। ଏହାବ୍ୟତୀତ ଲୋକସଭା ପ୍ରିଭିଲେଜ କମିଟି ଦ୍ୱାରା ନିଲମ୍ବିତ ୧୪ ଜଣ ସାଂସଦଙ୍କ ଉପରୁ ବି ନିଲମ୍ବନ ପ୍ରତ୍ୟାହାର କରାଯାଇଛି। ଗତ ଶୀତକାଳୀନ ଅଧିବେଶନରେ ହଟ୍ଟଗୋଳ ଓ ଅଶୋଭନୀୟ ଆଚରଣ ପାଇଁ ଉଭୟ ଗୃହର ୧୪୬ ସାଂସଦକୁ ନିଲମ୍ବିତ କରାଯାଇଥିଲା । ଗତକାଲି ସମସ୍ତଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବା ପାଇଁ ଉଭୟ ଗୃହର ପ୍ରୋସିଡିଂ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା