Masthead

ଆଜିଠୁ ସଂସଦର ବଜେଟ ଅଧିବେଶନ, କାଲି ଆସିବ କାମଚଳା ବଜେଟ

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ସଂସଦର ବଜେଟ ଅଧିବେଶନ । ଉଭୟ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ଅଧିବେଶନର ପ୍ରଥମ ଦିନରେ ଆଜି ଲୋକସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ । ଆସନ୍ତାକାଲି ଅର୍ଥାତ ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଅନ୍ତରୀଣ ବଜେଟ ଆଗତ କରିବେ । ଏହା ପୂର୍ବରୁ ମଙ୍ଗଳବାର ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ବଜେଟ ହୋଇଥିବା ବେଳେ ଏଥିରେ ଦେଶବାସୀଙ୍କ ପାଇଁ କିଛି ଖାସ ଘୋଷଣା କରିପାରନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ । ଏହା ଅନ୍ତରୀଣ ବଜେଟ୍ ହୋଇଥିବା ବେଳେ ଆଗାମୀ ଜୁଲାଇ ମାସରେ ନୂଆ ସରକାର ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ।

ନିର୍ବାଚନୀ ବର୍ଷରେ କେନ୍ଦ୍ରୀୟ ବଜେଟ କଣ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି । ପୂର୍ବରୁ ଶୀତକାଳୀନ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରୁ ନିଲମ୍ବିତ ହୋଇଥିବା ସମସ୍ତ ୧୪୬ ଜଣ ସାଂସଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହୋଇଛି। ଏହାବ୍ୟତୀତ ଲୋକସଭା ପ୍ରିଭିଲେଜ କମିଟି ଦ୍ୱାରା ନିଲମ୍ବିତ ୧୪ ଜଣ ସାଂସଦଙ୍କ ଉପରୁ ବି ନିଲମ୍ବନ ପ୍ରତ୍ୟାହାର କରାଯାଇଛି। ଗତ ଶୀତକାଳୀନ ଅଧିବେଶନରେ ହଟ୍ଟଗୋଳ ଓ ଅଶୋଭନୀୟ ଆଚରଣ ପାଇଁ ଉଭୟ ଗୃହର ୧୪୬ ସାଂସଦକୁ ନିଲମ୍ବିତ କରାଯାଇଥିଲା । ଗତକାଲି ସମସ୍ତଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବା ପାଇଁ ଉଭୟ ଗୃହର ପ୍ରୋସିଡିଂ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ