Masthead

୧୨ଟାରେ ଉଦଘାଟନ ହେବ ସଂସଦ ଭବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ମେ’ ୨୮ ରେ ହେବ ନୂଆ ସଂସଦ ଭବନ ଉଦଘାଟନ । ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ସାମ୍ନକୁ ଆସିଛି ଉଦଘାଟନ ଉସôବର କାର୍ଯ୍ୟସୂଚୀ । ସୂଚନା ଅନୁସାରେ ସକାଳ ସାଢ଼େ ୭ଟାରୁ ହୋମଯଜ୍ଞ ଓ ପୂଜାର୍ଚ୍ଚନା କାର୍ୟ୍ୟକ୍ରମ ଆରମ୍ଭ ହେବ । ପୂଜା ପାଇଁ ଗାନ୍ଧୀ ମୂର୍ତି ପାଖରେ ପେଣ୍ଡାଲ ହେବ । ଏହି ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷଙ୍କ ସମେତ କିଛି ମନ୍ତ୍ରୀ ଉପସ୍ଥିତ ରହିବେ । ଏହା ପରେ ସାଢ଼େ ୮ଟାରୁ ୯ଟା ଯାଏଁ ଲୋକସଭା କକ୍ଷ ଭିତରେ ସେନଗୋଲ ସ୍ଥାପନା କରାଯିବ । ସକାଳ ସାଢ଼େ ୯ଟା ବେଳେ ପ୍ରାର୍ଥନା ସଭା ଆୟୋଜିତ ହେବ ।

ଏହି ପ୍ରାର୍ଥନା ସଭାରେ ଶଙ୍କରାଚାର୍ୟ୍ୟଙ୍କ ସମେତ ବଡ଼ ବଡ଼ ବିଦ୍ୱାନ ପଣ୍ଡିତ ଏବଂ ସାନ୍ଧୁସନ୍ଥ ଉପସ୍ଥିତ ରହିବେ । ପରେ ଅପରାହ୍ଣ ୧୨ଟାରୁ ଜାତୀୟ ସଂଗୀତ ସହ ଦ୍ୱିତୀୟ ପର୍ୟ୍ୟାୟ କାର୍ୟ୍ୟକ୍ରମ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ କରାଯିବ ସଂସଦ ଭବନ । ଏହି ଅବସରରେ ଦୁଇଟି କ୍ଷୁଦ୍ର ଚଳଚ୍ଚିତ୍ରର ସ୍କ୍ରିନିଂ ହେବ । ଏହା ପରେ ରାଜ୍ୟସଭା ଉପାଧ୍ୟକ୍ଷ, ଉପରାଷ୍ଟ୍ରପତି ଓ ରାଷ୍ଟ୍ରପତିଙ୍କ ବାର୍ତା ଅଧ୍ୟୟନ କରିବେ । ରାଜ୍ୟସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି । ଶେଷରେ ପ୍ରଧାନମନ୍ତ୍ରୀ ସମ୍ବୋଧନ ଦେବେ ଏବଂ ଅପରାହ୍ଣ ସାଢ଼େ ୨ଟା ବେଳେ କାର୍ୟ୍ୟକ୍ରମ ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ