Masthead

ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଅଗଷ୍ଟ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ ଗୃହ କାର୍ୟ୍ୟ । ମୌସୁମୀ ଅଧିବେଶନରେ ରହିବ ମୋଟ ୨୧ଟି କାର୍ୟ୍ୟଦିବସ । ୧୫ଟି ବିଧେୟକକୁ ଗୃହିତ କରିବାକୁ ଯୋଜନା । ଆସିପାରେ ଟାକ୍ସେସନ୍, ସିପିଂ, ଆଣ୍ଟି ଡୋପିଂ ବିଲ୍ । ସେପଟେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ପାଇଁ ସଜବାଜ ହେଲେଣି ବିରୋଧୀ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଓ ‘ଅପରେସନ ସିନ୍ଦୂର’ ପରେ ଏହା ସଂସଦର ପ୍ରଥମ ଅଧିବେଶନ ହେବ ।

ବିରୋଧୀ ଦଳଗୁଡ଼ିକ, ବିଶେଷକରି କଂଗ୍ରେସ ଓ ଇଣ୍ଡିଆ ଗଠବନ୍ଧନ ଏହି ଅଧିବେଶନରେ ଅପରେସନ ସିନ୍ଦୂର ଓ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ମଧ୍ୟସ୍ଥତା ଦାବି ଉପରେ ସରକାରଙ୍କୁ ପ୍ରଶ୍ନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାଛଡ଼ା କଂଗ୍ରେସ ଓଡ଼ିଶାର ଗୋପାଳପୁର ଗଣଦୁଷ୍କର୍ମ ଓ ବାଲେଶ୍ୱର ଫକୀରମୋହନ କଲେଜ ପ୍ରସଙ୍ଗ ଉଠାଇପାରେ । କେନ୍ଦ୍ରମନ୍ତ୍ରୀ କିରଣ ରିଜଜୁ କହିଛନ୍ତି, ସରକାର ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା