Masthead

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ସଂସଦର ମୌସୁମୀ ଅଧିବେଶନ । ବାଚସ୍ପତି ବାଚସ୍ପତି ଓମ ବିର୍ଲା ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ସ୍ଥଗିତ ରଖିବାକୁ ଘୋଷଣା କରିଛନ୍ତି। ଲୋକସଭା ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯିବା ପରେ ଗୃହମନ୍ତ୍ରୀ ଅମିତ ଶାହା, ରାଜନାଥ ସିଂ, ପ୍ରହ୍ଲାଦ ଯୋଶୀ ବାଚସ୍ପତି ଓମ ବିର୍ଲାଙ୍କ ପାଖକୁ ଯାଇ ସରକାରଙ୍କ ତରଫରୁ ଲୋକସଭା ବାଚସ୍ପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅଧିବେଶନ ଜୁଲାଇ ୧୮ ତାରିଖରେ ଆରମ୍ଭ ହୋଇଥିଲା । ୨୨ ଦିନର ଏହି ଅବଧୀ ମଧ୍ୟରେ ମୋଟ ୧୬ଟି ବୈଠକ ଅନୁଷ୍ଠିତ ହୋଇଛି । ହେଲେ ୧୮ ଜୁଲାଇରୁ ଅଗଷ୍ଟ ୧୨ ତାରିଖ ମଧ୍ୟରେ ୧୮ଟି ବୈଠକ ଅନୁଷ୍ଠିତ ହେବାର ଥିଲା ।

ମୌସୁମୀ ଅଧିବେଶନରେ ଲୋକସଭାରେ ମୋଟ ୭ ବିଧେୟକ ଓ ରାଜ୍ୟସଭାରେ ୫ଟି ବିଧେୟକ ପାରିତ ହୋଇଛି । ଏହି ଅଧିବେଶନ କାଳରେ ସଂସଦର ଉଭୟ ଗୃହରେ ମୋଟ ୫ଟି ବିଧେୟକ ପାରିତ ହୋଇଛି । ସବୁଠାରୁ ବଡ କଥା ହେଉଛି କି ୨୦୧୮ ପରେ ମୋଦି ସରକାରଙ୍କ ବିରୋଧରେ ଚଳିତ ଅଧିବେଶନରେ ମଣିପୁର ପ୍ରସଙ୍ଗକୁ ନେଇ ଅନାସ୍ଥା ପ୍ରସ୍ତାବ ଆଣିଥିଲେ । ଏହି ଅବିଶ୍ୱାସ ପ୍ରସ୍ତାବ ଉପରେ ବିରୋଧୀ ଦଳର ସାଂସଦ ଓ ସରକାରୀ ଦଳର ସାଂସଦଙ୍କ ମଧ୍ୟରେ ଅନେକ ବିତର୍କ ହୋଇଥିଲା । ଶେଷରେ ପ୍ରଧାନମନ୍ତ୍ରୀ ରାଜ୍ୟସଭାରେ ମଣିପୁର ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ । ଏହାପରେ ବାଚନିକ ଭୋଟରେ ଅବିଶ୍ୱାସ ପ୍ରସ୍ତାବ କାଟ୍ ଖାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ