Masthead

ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ । ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଅନ୍ତିମ ଦିନରେ ଚାଲିପାରିଲାନି କାର୍ଯ୍ୟକାଳ । ବନ୍ଦେ ମାତରମ ଗାନ ପରେ ଲୋକସଭାକୁ ମୁଲତବୀ କଲେ ବାଚସ୍ପତି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ସମେତ ସମସ୍ତ ସାଂସଦ ଛିଡ଼ା ହୋଇଥିଲେ ।

ବନ୍ଦେ ମାତରମ୍ ଗାନ ପରେ ଲୋକସଭା ସ୍ପିକର ଓମ ବିର୍ଲା ସଦନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ଘୋଷଣା କରିଥିଲେ । ପେପର ଲିକ୍ ବିବାଦରୁ ସରଗରମ ରହିଥିଲା ମୌସୁମୀ ଅଧିବେଶନ । ସଂସଦର ମୌସୁମୀ ଅଧିବେଶନର ଆଜି ଶେଷ ଦିନ ଥିବାରୁ ସତ୍ତାପକ୍ଷ ଏବଂ ବିରୋଧୀ ଉଭୟ ପକ୍ଷରୁ ସଂସଦ ପରିସରରେ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଥିଲା । ପୂରା ଅଧିବେଶନ ସମୟରେ ସଂସଦ ଭିତରେ ଏବଂ ବାହାରେ ଶାସକ ଓ ବିରୋଧୀ ଦଳ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି ।

ଚଳିତ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାର ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର ମତଭେଦ ଦେଖାଯାଇଥିଲା। ବିରୋଧୀ ସାଂସଦମାନଙ୍କ ପ୍ରତିବାଦ ଓ ନାରାବାଜି ଯୋଗୁଁ ଅନେକଥର ଲୋକସଭାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ତଥାପି ସରକାର ପକ୍ଷରୁ କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାରିତ କରାଯାଇଥିଲା।  ଅନ୍ତିମ ଦିନରେ ବାଚସ୍ପତି ଓମ୍ ବିର୍ଲା ସଦସ୍ୟମାନଙ୍କୁ ଗୃହର ସୁଚାରୁ ପରିଚାଳନା ପାଇଁ ସହଯୋଗ ଲୋଡିଥିଲେ। ହେଲେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ପ୍ରତିବାଦ ଜାରି ରହିଥିଲା। ଚଳିତ ଥର ପେପର ଲିକ୍‌କୁ ନେଇ ଗୃହ ସରଗରମ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ