Masthead

ସଂସଦ ସୁରକ୍ଷାରେ ତ୍ରୁଟି ମାମଲା : ମାଷ୍ଟରମାଇଣ୍ଡ ଲଲିତ ଝା ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନ ଗ୍ୟାସ୍ କାଣ୍ଡର ମାଷ୍ଟରମାଇଣ୍ଡ ଲଲିତ ଝା ଗିରଫ । ସଂସଦରେ ସୁରକ୍ଷା ତ୍ରୁଟି ମାମଲାରେ ଅନ୍ୟତମ ଅଭିଯୁକ୍ତ ତଥା ପୂରା ପ୍ଲାନିଂର ମାଷ୍ଟରମାଇଣ୍ଡ କୁହାଯାଉଥିବା ଲଲିତ ଝାଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ । ଦିଲ୍ଲୀ ପୁଲିସ୍‌ର ତନାଘନା ପରେ ଲଲିତ ଝା ନିଜ ଆଡ଼ୁ ଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିଥିଲେ। ଆତ୍ମସମର୍ପଣ ପରେ ଲଲିତଙ୍କୁ ଗିରଫ କରିଛି ପୁଲିସ୍ । ଏହାପରେ ତାକୁ ପଚରାଉଚରା ଚାଲିଥିବା ସୂଚନା ମିଳିଛି। ଘଟଣା ପରେ ଲଲିତ ଝା ଫେରାର ରହିଥିବା ବେଳେ ବିଭିନ୍ନ ଠିକଣାରେ ଚଢାଉ କରାଯାଇଥିଲା ।

ଶେଷରେ ଗୁରୁବାର ରାତିରେ ଲଲିତ ନିଜ ସହଯୋଗୀ ସହ ଆସି କର୍ତବ୍ୟପଥ ଥାନାରେ ଆତ୍ମସର୍ମପଣ କରିଥିବା ବେଳେ ତାକୁ ଗିରଫ କରି ସ୍ପେଶାଲ ସେଲକୁ ହସ୍ତାନ୍ତର କରିଛି ଦିଲ୍ଲୀ ପୋଲିସ । ପୂର୍ବରୁ ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୪ଜଣଙ୍କୁ ୭ଦିନିଆ ରିମାଣ୍ଡରେ ନେଇ ପଚରାଉଚରା ଆରମ୍ଭ କରିଛି ପୋଲିସ ।

ସୁରକ୍ଷାରେ ଅବହେଳା ଅଭିଯୋଗରେ ୮ଜଣ ସୁରକ୍ଷା କର୍ମୀଙ୍କୁ କାର୍ଯ୍ୟରୁ ସସପେଣ୍ଡ କରାଯାଇଛି । ସେପଟେ ଏହି ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା କରିବା ସହିତ ବିଶୃଙ୍ଖଳିତ ଆଚରଣ କରିବାରୁ ୧୪ଜଣ ବିରୋଧୀ ସାଂସଦଙ୍କୁ ସସପେଣ୍ଡ କରାଯାଇଛି । ବୁଧବାରର ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଥିବା ବେଳେ ସଂସଦ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ