Masthead

ସଂସଦ ସୁରକ୍ଷାରେ ତ୍ରୁଟି ମାମଲା : ମାଷ୍ଟରମାଇଣ୍ଡ ଲଲିତ ଝା ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନ ଗ୍ୟାସ୍ କାଣ୍ଡର ମାଷ୍ଟରମାଇଣ୍ଡ ଲଲିତ ଝା ଗିରଫ । ସଂସଦରେ ସୁରକ୍ଷା ତ୍ରୁଟି ମାମଲାରେ ଅନ୍ୟତମ ଅଭିଯୁକ୍ତ ତଥା ପୂରା ପ୍ଲାନିଂର ମାଷ୍ଟରମାଇଣ୍ଡ କୁହାଯାଉଥିବା ଲଲିତ ଝାଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ । ଦିଲ୍ଲୀ ପୁଲିସ୍‌ର ତନାଘନା ପରେ ଲଲିତ ଝା ନିଜ ଆଡ଼ୁ ଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିଥିଲେ। ଆତ୍ମସମର୍ପଣ ପରେ ଲଲିତଙ୍କୁ ଗିରଫ କରିଛି ପୁଲିସ୍ । ଏହାପରେ ତାକୁ ପଚରାଉଚରା ଚାଲିଥିବା ସୂଚନା ମିଳିଛି। ଘଟଣା ପରେ ଲଲିତ ଝା ଫେରାର ରହିଥିବା ବେଳେ ବିଭିନ୍ନ ଠିକଣାରେ ଚଢାଉ କରାଯାଇଥିଲା ।

ଶେଷରେ ଗୁରୁବାର ରାତିରେ ଲଲିତ ନିଜ ସହଯୋଗୀ ସହ ଆସି କର୍ତବ୍ୟପଥ ଥାନାରେ ଆତ୍ମସର୍ମପଣ କରିଥିବା ବେଳେ ତାକୁ ଗିରଫ କରି ସ୍ପେଶାଲ ସେଲକୁ ହସ୍ତାନ୍ତର କରିଛି ଦିଲ୍ଲୀ ପୋଲିସ । ପୂର୍ବରୁ ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୪ଜଣଙ୍କୁ ୭ଦିନିଆ ରିମାଣ୍ଡରେ ନେଇ ପଚରାଉଚରା ଆରମ୍ଭ କରିଛି ପୋଲିସ ।

ସୁରକ୍ଷାରେ ଅବହେଳା ଅଭିଯୋଗରେ ୮ଜଣ ସୁରକ୍ଷା କର୍ମୀଙ୍କୁ କାର୍ଯ୍ୟରୁ ସସପେଣ୍ଡ କରାଯାଇଛି । ସେପଟେ ଏହି ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା କରିବା ସହିତ ବିଶୃଙ୍ଖଳିତ ଆଚରଣ କରିବାରୁ ୧୪ଜଣ ବିରୋଧୀ ସାଂସଦଙ୍କୁ ସସପେଣ୍ଡ କରାଯାଇଛି । ବୁଧବାରର ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଥିବା ବେଳେ ସଂସଦ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ