Masthead

୪ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ରୁ ଆରମ୍ଭ ହେବ । ଏହା ୨୨ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଡିସେମ୍ବର ୨ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଶୀତକାଳୀନ ଅଧିବେଶନ ଉପରେ ଆଲୋଚନା କରାଯିବ। ସାଧାରଣତଃ ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥାଏ। କିନ୍ତୁ ଏଥର ଅଧିବେଶନ ପୂର୍ବରୁ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମର ନିର୍ବାଚନ ଫଳାଫଳ ଡିସେମ୍ବର ୩ରେ ଆସିବ। ଏଭଳି ପରିସ୍ଥିତିରେ ସଂସଦରେ ଏହି ଫଳାଫଳର ପ୍ରତିଧ୍ୱନି ମଧ୍ୟ ଦେଖିବାକୁ ମିଳିବାର ଆଶା ରହିଛି।

ଏହି ଅଧିବେଶନରେ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ କରିବାକୁ ଚେଷ୍ଟା କରିବେ। ନିର୍ବାଚନ ଫଳାଫଳ ଯଦି ସପକ୍ଷରେ ଆସିବ ତେବେ ସରକାର ଅଧିକ କ୍ଷମତା ପାଇବେ। ଅନ୍ୟପକ୍ଷରେ ଫଳାଫଳ ଯଦି କଂଗ୍ରେସ ସପକ୍ଷରେ ଯାଏ, ତେବେ ସଂସଦରେ ସମୀକରଣ ମଧ୍ୟ ବଦଳିପାରେ। ମିଳିଥିବା ସୂଚନା ଅନୁସାରେ ଦେଶର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗତ ଅଗଷ୍ଟ ୧୧ରେ ଲୋକ ସଭାରେ ଆଗତ କରିଥିବା ୩ ବିଲ୍‌କୁ ଏଥର ଅଧିବେଶନରେ ଉପସ୍ଥାପନ କରାଯିବ। ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ କମିଶନରଙ୍କ ନିଯୁକ୍ତି ପାଇଁ ବିଲ୍‌ ମଧ୍ୟ ସଂସଦରେ ଅନୁମୋଦନ ପାଇଁ ଉପସ୍ଥାପନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା