୪ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ରୁ ଆରମ୍ଭ ହେବ । ଏହା ୨୨ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଡିସେମ୍ବର ୨ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଶୀତକାଳୀନ ଅଧିବେଶନ ଉପରେ ଆଲୋଚନା କରାଯିବ। ସାଧାରଣତଃ ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥାଏ। କିନ୍ତୁ ଏଥର ଅଧିବେଶନ ପୂର୍ବରୁ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମର ନିର୍ବାଚନ ଫଳାଫଳ ଡିସେମ୍ବର ୩ରେ ଆସିବ। ଏଭଳି ପରିସ୍ଥିତିରେ ସଂସଦରେ ଏହି ଫଳାଫଳର ପ୍ରତିଧ୍ୱନି ମଧ୍ୟ ଦେଖିବାକୁ ମିଳିବାର ଆଶା ରହିଛି।

ଏହି ଅଧିବେଶନରେ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ କରିବାକୁ ଚେଷ୍ଟା କରିବେ। ନିର୍ବାଚନ ଫଳାଫଳ ଯଦି ସପକ୍ଷରେ ଆସିବ ତେବେ ସରକାର ଅଧିକ କ୍ଷମତା ପାଇବେ। ଅନ୍ୟପକ୍ଷରେ ଫଳାଫଳ ଯଦି କଂଗ୍ରେସ ସପକ୍ଷରେ ଯାଏ, ତେବେ ସଂସଦରେ ସମୀକରଣ ମଧ୍ୟ ବଦଳିପାରେ। ମିଳିଥିବା ସୂଚନା ଅନୁସାରେ ଦେଶର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗତ ଅଗଷ୍ଟ ୧୧ରେ ଲୋକ ସଭାରେ ଆଗତ କରିଥିବା ୩ ବିଲ୍‌କୁ ଏଥର ଅଧିବେଶନରେ ଉପସ୍ଥାପନ କରାଯିବ। ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ କମିଶନରଙ୍କ ନିଯୁକ୍ତି ପାଇଁ ବିଲ୍‌ ମଧ୍ୟ ସଂସଦରେ ଅନୁମୋଦନ ପାଇଁ ଉପସ୍ଥାପନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ