Masthead

ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ଗାଇଡଲାଇନ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍‌ କରିଛନ୍ତି। ପ୍ରେସମିଟ୍ରେ ସେ ପରବର୍ତ୍ତି ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍ ଘୋଷଣା କରାଯାଇଛି। ଜୁଲାଇ ୧୬ ସକାଳ ୫ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣ କମିଥିବାରୁ କାଟେଗୋରୀ ‘ଏ’ କୁ ଆଉ ୩ ଜିଲ୍ଲା ଉନ୍ନୀତ ହୋଇଛି। ଏହି ୩ଟି ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ।

୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫ ପ୍ରତିଶତକୁ କମିଥିବାରୁ କାଟେଗୋରୀ ‘ଏ’ କୁ ଉନ୍ନିତ ହୋଇଛି। ସଂକ୍ରମଣ କମିଥିବା ୨୦ଟି ଜିଲ୍ଲା କାଟେଗୋରୀ ‘ଏ’ ରେ ସାମିଲ କରାଯାଇଛି। ପଜିଟିଭିଟି ୫ ପ୍ରତିଶତରୁ ଅଧିକ ଥିବା ବାକି ୧୦ ଜିଲ୍ଲା କାଟେଗୋରୀ ‘ବି’ ରେ ରହିଛି।

ସ୍ଥିତି ଦେଖି ଧିରେ ଧିରେ ଅନଲକ୍ ଆରମ୍ଭ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କାଟେଗୋରୀ ‘ଏ’ ରେ ଥିବା ୨୦ ଜିଲ୍ଲାରେ ଦୋକାନ ବଜାର ଖୋଲିବ। ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲିବ। ସପିଙ୍ଗ ମଲ, ପାର୍ଲର ଆଦି ଛାଡ଼ି ଆଉ ସବୁ ଦୋକାନ ଖୋଲିବ। ଧାର୍ୟ୍ୟ ସିଟରେ ବସ୍ ଓ ଟ୍ୟାକ୍ସି ଚଳାଚଳ କରିବ। ଇନଡୋର ଓ ଆଉଟଡୋର ସୁଟିଂକୁ ଅନୁମତି ମିଳିବ। ସପ୍ତାହାନ୍ତ ସଟଡାଉନ ହେବ ନାହିଁ । ସପ୍ତାହର ସାତ ଦିନ ପର୍ୟ୍ୟନ୍ତ ୨୦ ଜିଲ୍ଲାରେ ୬ରୁ ୬ ଦୋକାନ ଖୋଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା