Masthead

ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଓଲିଉଡକୁ କରୋନାର ଆଉ ଏକ ଶକ୍ତ ଝଟକା । ଚିରନିଦ୍ରାରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ର । ସେ କରୋନାରୁ ଭଲ ହେବା ପରେ ଅନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିଲା । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ପାଖାପାଖି ରାତି ୧୧ରେ ତାଙ୍କର ଦେହାନ୍ତ ହୋଇଛି । କରୋନା ଆକ୍ରାନ୍ତ ହେବା ପରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଥିଲା। ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲା। ଦୀର୍ଘ ୨୮ ଦିନ ପର୍ୟ୍ୟନ୍ତ ସେ ଜୀବନ ସହ ସଂଗ୍ରାମ କରି ଶେଷରେ ହାରିଗଲେ । ତାଙ୍କର ଅକ୍ସିଜେନ୍ ଲେବଲ୍ ଲଗାତାର କମୁଥିବା ବେଳେ ଏଥିରେ ସୁଧାର ଆସିନଥିଲା। ତାଙ୍କୁ ଅକ୍ସିଜେନ୍ ଦିଆଯାଉଥିଲା । ପ୍ରଥମେ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲକୁ ତାଙ୍କୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା ।

ତପୁ ହେଉଛନ୍ତି ଓଡ଼ିଶା ଫିଲ୍ମ ଏବଂ ଆଲ୍‌ବମ୍‌ ଜଗତର ଜଣାଶୁଣା ଚେହେରା । ଜଣେ ଭଲ କଳାକାର ଏବଂ ହୃଦୟବାନ ମଣିଷ । ଦୀର୍ଘ ୨୦ ବର୍ଷ ଧରି ସେ ନିଜ ସୁଲଳିତ କଣ୍ଠରେ ଦର୍ଶକଙ୍କୁ ମନୋରଞ୍ଜନର ଖୋରକ ଯୋଗାଇ ଆସିଛନ୍ତି । ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରାୟ ସବୁ କଳାକାରଙ୍କ ପାଇଁ ସେ କଣ୍ଠଦାନ କରିଛନ୍ତି । ପ୍ରତ୍ୟେକଙ୍କ ସହ ତାଙ୍କର ସମ୍ପର୍କ ବି ବହୁତ ନିବିଡ଼ଥିଲା । ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଓ ଆଲବମ୍ ଦୁନିଆରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା