Before Header

ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ, ଜଣେ ମୃତ ଓ ୨୦ରୁ ଅଧିକ ଆହତ

0 720

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ଦୁର୍ଘଟଣା । ହାଇୱାକୁ ଧକ୍କା ଦେଲା ବସ୍ । ଫଳରେ ବସ୍ ଡ୍ରାଇଭର ମୃତ, ୨୦ରୁ ଅଧିକ ଯାତ୍ରୀ ଆହତ । ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ଛତିଶଗଡ଼ କୋରବାରୁ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

Leave A Reply

Your email address will not be published.