Masthead

ପାଠକ ବାପ ପୁଅଙ୍କୁ ଜାମିନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଠକେଇ ଅଭିଯୋଗରେ ଫସିଥିବା ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ମିଳିଲା ଜାମିନ୍ । ଜାମିନ୍ ମଞ୍ଜୁର କଲେ ଭିଜିଲାନ୍ସ କୋର୍ଟ । ୨ ଲକ୍ଷ ଟଙ୍କା ଓ ୨ ଜାମିନଦାରଙ୍କ ବଳରେ ଜାମିନ ମଞ୍ଜୁର କରିଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଆୟ ବହିଭୂତ ସମ୍ପତିଠୁଳ ଅଭିଯୋଗରେ ପାଠକ ବାପ ପୁଅ ଜେଲ ଯାଇଥିଲେ । ଦୀର୍ଘ ୬୦ ଦିନର ବ୍ୟବଧାନ ପରେ ସେମାନଙ୍କୁ ଜାମିନ ମିଳିଛି । ସମୟସୀମା ମଧ୍ୟରେ ଚାର୍ଜସିଟ୍ ଦାଖଲ ହୋଇନଥିବାରୁ ସେମାନଙ୍କୁ ଜାମିନ୍ ମିଳିଛି ।

ଆଇଏଫଏସ ଅଭୟକାନ୍ତଙ୍କ ଘରୁ ଭିଜିଲାନ୍ସ ଚଢ଼ାଉ ପରେ ଯେତିକି ସମ୍ପତି ମିଳିଥିଲା ତାହା ସମସ୍ତଙ୍କୁ ଚକିତ କରିଦେଇଥିଲା । ସେପଟେ ପରେ ତଦନ୍ତରୁ ସେମାନଙ୍କ ବିଳାସବ୍ୟସନ କରିବାର ସଉକ ମଧ୍ୟ ସମସ୍ତଙ୍କମୁ ହଟଚକିତ କରିଦେଇଥିଲା । ମୁମ୍ବାଇରେ ଶୌଖିନ ଜୀବନ ବିତାଉଥିବା ଆକାଶ ଭଡ଼ାରେ ରହିବା ପାଇଁ ଘରଭଡ଼ା ବାବଦକୁ କୋଟିଏ ଟଙ୍କାରୁ ଅଧିକ ଦେଉଥିଲେ। କେବଳ ସେତିକି ନୁହେଁ ମାଲେସିଆ, ହଂକଂ, ୟୁକେ, ୟୁଏଇ ଓ ମାଳଦୀପ ଭଳି ଦେଶକୁ ଚାର୍ଟର ପ୍ଲେନରେ ଯିବା ପାଇଁ ୩ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରୁଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!