Masthead

ପାଟନା ସିରିଏଲ ବିସ୍ଫୋରଣ, ୪ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଟନାରେ ହୋଇଥିବା ସିରିଏଲ ବିସ୍ଫୋରଣର ରାୟ ପ୍ରକାଶ ପାଇଛି । ଗାନ୍ଧି ମଇଦାନରେ ଚାଲିଥିବା ମୋଦିଙ୍କ ହୁଙ୍କାର ରାଲିରେ ହୋଇଥିଲା ବିସ୍ଫୋରଣ । ପାଟନା ଗାନ୍ଧୀ ମଇଦାନରେ ୨୦୧୩ରେ ହୋଇଥିବା ସିରିଏଲ ବ୍ଲାଷ୍ଟ ଘଟଣାରେ ଏନଆଇଏର ସ୍ୱତନ୍ତ୍ର ଅଦାଲତ ସୋମବାର ରାୟ ଶୁଣାଇଛନ୍ତି ।

ପାଟନା କୋର୍ଟର ଏହା ଏକ ଐତିହାସିକ ରାୟ ବୋଲି କୁହାଯାଉଛି । ଏନଆଇଏ କୋର୍ଟ ଏହି ଘଟଣାରେ ୪ ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ଦେଇଛନ୍ତି । ଠିକ ୮ ବର୍ଷ ପରେ ଏହି ଘଟଣାର ରାୟ ପ୍ରକାଶ ପାଇଛି । ଏହି ଘଟଣାରେ କୋର୍ଟ ୯ ଜଣଙ୍କୁ ଦୋଷୀ ବୋଲି ରାୟ ଶୁଣାଇଛନ୍ତି । ସେଥିରୁ ୪ ଜଣଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି । ଅନ୍ୟ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଥିବା ବେଳେ ଆଉ ଦୁଇ ଦୋଷୀଙ୍କୁ ୧୦ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ ହୋଇଛି ।

ଅନ୍ୟ ଜଣକୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ ।ପାଟନାର ଐତିହାସିକ ଗାନ୍ଧି ମଇଦାନରେ ନରେନ୍ଦ୍ର ମୋଦିଙ୍କ ହୁଙ୍କାର ରାଲି ଚାଲିଥିବା ବେଳେ ସିରିଏଲ ବିସ୍ଫୋରଣ ଘଟିଥିଲା । ପାଟନା ଜଙ୍ଗସନ୍‌ ପ୍ଲାଟ୍‌ଫର୍ମ ନମ୍ବର ୧-ରେ ବି ବିସ୍ଫୋରଣ ଘଟିଥିଲା । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୦ରୁ ଅଧିକ ଜଣ ଗୁରୁତର ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ