Masthead

ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ

ପାଟଣାଗଡ଼ (ବଡ଼ ଖବର ବ୍ୟୁରୋ): ଆସିଲା ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ୍ ବୋମା’ ରାୟ । ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡାଦେଶ । ଆଜୀବନ ଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା । ଆଜୀବନ ସଜା ଶୁଣାଇଲେ ପାଟଣାଗଡ଼ ଏଡିଜେ କୋର୍ଟ । ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ରାୟ ପ୍ରକାଶ ପାଇବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ଦେଖା ଦେଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ ପାଇଛି। ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟି ନବବିବାହିତ ସଫ୍ଟୱେର ଇଞ୍ଜିନିୟର ସୌମ୍ୟଶେଖର ସାହୁ, ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା।

ମୃତ ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପାଟଣାଗଡ଼ ନିକଟସ୍ଥ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ଟିମ ୨୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିବା ପରେ ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରାୟ ୨ବର୍ଷ କାଳ ଏହାର ଶୁଣାଣି ଓ ନ୍ୟାୟିକ ପ୍ରକ୍ରିୟା ଚାଲିଥିଲା। ୬୨ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ପରେ ଏଡିଜେ ୨୮ ତାରିଖରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ କରିବେ ବୋଲି ଶୁଣାଇଥିଲେ। ଫଳରେ ନ୍ୟାୟ ଅପେକ୍ଷାରେ ଥିବା ମୃତ ସୌମ୍ୟଶେଖରଙ୍କ ମାତାପିତା ସଞ୍ଜୁକ୍ତା ସାହୁ ଓ ରବୀନ୍ଦ୍ର ସାହୁ ନ୍ୟାୟ ପାଇବେ ବୋଲି ଆଶାବାଦୀ ଥିଲେ । କୋର୍ଟଙ୍କ ରାୟ ପରିବାରକୁ ମିଳିଛି ଆଶ୍ୱସ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ