Masthead

ମୋକିମ କିଏ… ବର୍ଷିଲେ ଭକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର ନେଇ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ମୋକିମଙ୍କ ଉପରେ ବର୍ଷିଛନ୍ତି । କହିଛନ୍ତି କିଏ ସେ, ଗୋଟିଏ ଆସେମ୍ଲି ଜିତିଛନ୍ତି । ପ୍ରେସ୍‌ମିଟ୍ କାହିଁକି କଲେ, କାରଣ ଆପଣ ଦଳରେ ରହିବାକୁ ଚାହୁଁନାହାନ୍ତି । ଆପଣ ଯଦି ଦଳ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏଥିରେ କିଏ କ’ଣ କରିପାରିବ ।

ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।

ନୂଆପଡ଼ା ଉପନିର୍ବାଚନ ପରେ କଂଗ୍ରେସରେ ଏକପ୍ରକାର ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। କିଛିଦିନ ପୂର୍ବରୁ କଂଗ୍ରେସର ଜାତୀୟ ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦଙ୍କ ଉପରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଶ୍ନ ଉଠାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ପିସିସିର ସୁପାରିସକୁ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି) ଅନୁମୋଦନ କରିବା ପରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦଳର ପ୍ରାଥମିକ ସଦସ୍ୟ ପଦରୁ ମୋକିମ୍‌ଙ୍କୁ ବହିଷ୍କାର କରିଛନ୍ତିି। ଏସଂକ୍ରାନ୍ତରେ ଡିସେମ୍ବର ୧୩ରେ ଭକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ସମର୍ଥନରେ ବାହାରିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । କଂଗ୍ରେସରେ ମୋକିମଙ୍କ ଭଳି ଅନେକ ନେତାଙ୍କର ଆବଶ୍ୟକତା ଅଛି । ନେତାଙ୍କ ମନରୁ ଅସନ୍ତୋଷ ଦୂର କରିବା ଦଳର କର୍ତ୍ତବ୍ୟ । କଂଗ୍ରେସ ଏବେ ରାଜ୍ୟରେ ଦୁର୍ବଳ ଅଛି । ଶକ୍ତିଶାଳୀ କରିବାକୁ ଉଦ୍ୟମ କରନ୍ତୁ ନେତା ବୋଲି କହିଛନ୍ତି ନିରଞ୍ଜନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ