କ’ଣ ପାଇଁ ନିଲମ୍ବିତ ହେଲେ ବିଜ୍ଞପ୍ତିରେ ଉଲ୍ଲେଖ ଅଛି: ଶରତ ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବିଦା ହେଲେ ଦୁଇ ହେଭିୱେଟ । ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ସସପେଣ୍ଡ କରିଛି ଏଆଇସିସି । ପିସିସି ସଭାପତିଙ୍କ ଅଭିଯୋଗ କ୍ରମେ ଏପରି ନିଷ୍ପତି ନିଆଯାଇଛି । କଂଗ୍ରେସ ବିରୋଧି କାର୍ଯ୍ୟ କରିଥିବାରୁ ତାଙ୍କ ନିଲମ୍ବିତ କରାଯାଇଛି ବୋଲି ବିଜ୍ଞପ୍ତିରେ ଦର୍ଶଯାଇଛି । ଏହା ଉପରେ ପ୍ରତିକ୍ରିୟା ରଖି ପିସିସି ସଭାପତି ଶରତ କହିଛନ୍ତି ଯେ, ହାଇକମାଣ୍ଡଙ୍କ ନିଷ୍ପତିକୁ ସ୍ୱୀକାର କରୁଛୁ । ମୁଁ ସେ ସମ୍ପର୍କରେ ଅଧିକ କହିବାକୁ ଚାହୁଁନି ବୋଲି ମତ ବାଢିଛନ୍ତି ଶରତ ପଟ୍ଟନାୟକ । ‘କ’ଣ ପାଇଁ ନିଲମ୍ବିତ ହେଲେ ବିଜ୍ଞପ୍ତିରେ ଉଲ୍ଲେଖ ଅଛି’ । ଶୃଙ୍ଖଳା କମିଟି ରିପୋର୍ଟରେ ଏଆଇସିସି ନିଷ୍ପତ୍ତି ନେଇଛି । ସୂଚନା ଅନୁସାରେ, ପୂର୍ବରୁ ଉଭୟ ନେତା କଂଗ୍ରେସ ଦଳ ବିରୋଧୀ କାର୍ୟ୍ୟରେ ଲିପ୍ତ ଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଅଭିଯୋଗ କରିଥିଲେ । ଯାହାକୁ ନେଇ ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ