Masthead

ପାଟକୁରା ଗଣବଳାତ୍କାର ଘଟଣାରେ ପିସିସିର ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠିତ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପାଟକୁରା ଗଣବଳାତ୍କାର ଘଟଣାରେ ପିସିସିର ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠିତ । କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ କୋରୁଆ ସ୍ଥିତି ଏଲଏନ କଲେଜର ଛାତ୍ରୀଙ୍କୁ ନିଶାଦେଇ ଅପହରଣ ଓ ଗଣବଳାତ୍କାର ଘଟଣାର ଅନୁଧ୍ୟାନ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ନେତୃବୃନ୍ଦଙ୍କୁ ନେଇ ଏକ ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠନ କରିଛନ୍ତି ।

ପୂର୍ବତନ ମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ଶ୍ରୀ ପଂଚାନନ କାନୁନଗୋ ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ଭାବେ ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ତଥା ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ବର ବେହେରା ଏବଂ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି, ପାଟକୁରା କଂଗ୍ରେସ ନେତା ରତିକାନ୍ତ କାନୁନଗୋ, ପିସିସି ସମ୍ପାଦକ ଜୟଶ୍ରୀ ପାତ୍ର ଓ ଭୁବନେଶ୍ୱର ଜିଲ୍ଲା ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଗୀତାଞ୍ଜଳି ମହାନ୍ତି ସଭ୍ୟ ରହିଛନ୍ତି। ଏହି କମିଟି ଘଟଣାର ଅନୁସନ୍ଧାନ କରି ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କାର୍ୟ୍ୟାଳୟକୁ ପ୍ରଦାନ କରିବାକୁ ଅନୁରୋଧ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି