Masthead

ପାଟକୁରା ଗଣବଳାତ୍କାର ଘଟଣାରେ ପିସିସିର ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠିତ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପାଟକୁରା ଗଣବଳାତ୍କାର ଘଟଣାରେ ପିସିସିର ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠିତ । କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ କୋରୁଆ ସ୍ଥିତି ଏଲଏନ କଲେଜର ଛାତ୍ରୀଙ୍କୁ ନିଶାଦେଇ ଅପହରଣ ଓ ଗଣବଳାତ୍କାର ଘଟଣାର ଅନୁଧ୍ୟାନ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ନେତୃବୃନ୍ଦଙ୍କୁ ନେଇ ଏକ ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଠନ କରିଛନ୍ତି ।

ପୂର୍ବତନ ମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ଶ୍ରୀ ପଂଚାନନ କାନୁନଗୋ ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ଭାବେ ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ତଥା ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ବର ବେହେରା ଏବଂ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି, ପାଟକୁରା କଂଗ୍ରେସ ନେତା ରତିକାନ୍ତ କାନୁନଗୋ, ପିସିସି ସମ୍ପାଦକ ଜୟଶ୍ରୀ ପାତ୍ର ଓ ଭୁବନେଶ୍ୱର ଜିଲ୍ଲା ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଗୀତାଞ୍ଜଳି ମହାନ୍ତି ସଭ୍ୟ ରହିଛନ୍ତି। ଏହି କମିଟି ଘଟଣାର ଅନୁସନ୍ଧାନ କରି ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କାର୍ୟ୍ୟାଳୟକୁ ପ୍ରଦାନ କରିବାକୁ ଅନୁରୋଧ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ