ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଥରେ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ପେମା ଖାଣ୍ଡୁ । ଇଟାନଗରରେ ଅନୁଷ୍ଠିତ ବିଜେପି ବିଧାୟକ ଦଳର ବୈଠକରେ ବୁଧବାର ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି ସେ । ବୈଠକରେ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରବିଶଙ୍କର ପ୍ରସାଦ ଓ ତରୁଣ ଚୁଗ୍ ଉପସ୍ଥିତ ଥିଲେ । ପରବର୍ତ୍ତୀ ସମୟରେ ରାଜ୍ୟପାଳ କେଟି ପରନାଏକଙ୍କୁ ଭେଟି ଖାଣ୍ଡୁ ସରକାର ଗଠନ ଲାଗି ଦାବି କରିଥିଲେ ।

ରାଜ୍ୟପାଳ ତାଙ୍କୁ ସରକାର ଗଠନ ଲାଗି ନିମନ୍ତ୍ରଣ କରିଛନ୍ତି । ଗୁରୁବାର ସେ ନିଜର କ୍ୟାବିନେଟ୍ ସହଯୋଗୀଙ୍କ ସହିତ ଶପଥଗ୍ରହଣ କରିବେ । ରାଜଭବନର ଦରବାର ହଲରେ ପୂର୍ବାହ୍ନ ୧୧ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ସମାରୋହରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଦଳର ରାଷ୍ଟ୍ରୀୟ ମହାସଚିବ ବିଏଲ୍ ସନ୍ତୋଷ ପ୍ରମୁଖ ସାମିଲ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ