Masthead

ଆଜି ରଙ୍ଗର ପର୍ବ ହୋଲି, ରଙ୍ଗ ଖେଳରେ ମସଗୁଲ ପୁରଠୁ ପଲ୍ଲୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ସ୍ନେହ, ଶ୍ରଦ୍ଧା, ଭଲ ପାଇବା ନେଇ ଆସିଛି ରଙ୍ଗ ଓ ଖୁସିର ପର୍ବ ହୋଲି । ପୁରଠୁ ପଲ୍ଲୀ ସବୁଠି ଉତ୍ସବମୁଖର ପରିବେଶ । ଘରେ ହେଉ କି ବାହାରେ ସବୁଠି ଚାଲିଛି ହୋଲି ସେଲିବ୍ରେସନ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ ।

ଅସୁର ରାଜା ହିରଣ୍ୟକଶ୍ୟପ ନିଜ ପୁଅ ପ୍ରହଲ୍ଲାଦଙ୍କୁ ମାରିବାକୁ ଷଡ଼ଯନ୍ତ୍ର ରଚିଥିଲେ । କାରଣ ପ୍ରହଲ୍ଲାଦ ଥିଲେ ବିଷ୍ଣୁଙ୍କ ପରମ ଭକ୍ତ । ଆଉ ହିରଣ୍ୟକଶ୍ୟପ ଏଥିରେ ଖୁବ୍ ରାଗିଯାଇ ନିଜ ଭଉଣୀ ହୋଲିକା ମାଧ୍ୟମରେ ପ୍ରହଲ୍ଲାଦଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ । ହୋଲିକାକୁ ବର ମିଳିଥିଲା ଯେ, ସେ ନିଆଁରେ ଜଳିବ ନାହିଁ । ହେଲେ ସେ ଯେତେବେଳେ ପ୍ରହଲ୍ଲାଦଙ୍କୁ ଧରି ନିଆଁ ଭିତରକୁ ଗଲେ, ପ୍ରହଲ୍ଲାଦ ବିଷ୍ଣୁଙ୍କୁ ପ୍ରାର୍ଥନା କଲେ । ଆଉ ହୋଲିକା ନିଆଁ ପୋଡ଼ି ହୋଇ ପ୍ରାଣତ୍ୟାଗ କଲେ ଓ ପ୍ରହଲ୍ଲାଦ ବଞ୍ଚିଗଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ