ଡବଲ ଡୋଜ ନେଇଥିବା ଲୋକ ଲୋକାଲ ଟ୍ରେନରେ ଯାତ୍ରା କରିପାରିବେ

(ବଡ଼ ଖବର ବ୍ୟୁରୋ):   ମହାମାରୀ କରୋନା ପ୍ରକୋପ ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ମହାରାଷ୍ଟ୍ର ସରକାର ସବୁ ଲୋକଙ୍କ ପାଇଁ ଲୋକାଲ ଟ୍ରେନର ଯାତ୍ରା ପାଇଁ ଅନୁମତି ଦେଇଛନ୍ତି । ତେବେ ଲୋକମାନେ କରୋନା ଟିକାର ୨ଟି ଯାକ ଡୋଜ ନେଇଥିଲେ ମୁମ୍ବାଇ ମେଟ୍ରୋଲ ପଲିଟାନ ରିଜନରେ ଲୋକାଲ ଟ୍ରେନର ସେବା ଉପଭୋଗ କରିପାରିବେ ।

ଏ ନେଇ ମହାରାଷ୍ଟ୍ର ସରକାର ଘୋଷଣା କରିଛନ୍ତି । ତେବେ ପୂର୍ବରୁ କେବଳ ଜରୁରୀ ଓ ସରକାରୀ ସେବାରେ ନିୟୋଜିତ ଲୋକଙ୍କୁ ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ପାଇଁ ଅନୁମତି ମିଳୁଥିଲା । ହେଲେ ଏବେ ସାଧାରଣ ଲୋକ ବି ଟ୍ରେନରେ ଯିବା ଆସିବା କରିପାରିବେ । ସରକାର କହିଛନ୍ତି, ଟିକାର ଦୁଇଟି ଯାକ ଡୋଜ ନେବାର ୧୪ ଦିନ ପରେ ଯେକୌଣସି ଲୋକ ଲୋକାଲ ଟ୍ରେନରେ ଯାତ୍ରା କରିପାରିବେ ।

ସୂଚନା ଅନୁଯାୟୀ, ଅକ୍ଟୋବର ୨୮ରୁ ସେଣ୍ଟ୍ରାଲ ଓ ୱେଷ୍ଟର୍ଣ୍ଣ ରେଳବାଇ ପକ୍ଷରୁ ନିଜ ନିଜ ଟ୍ରାକରେ ଯଥାକ୍ରମେ ୧୭୭୪ ଓ ୧୩୬୭ଟି ଟ୍ରେନ ଚଳାଚଳ ଆରମ୍ଭ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ