Masthead

ସଭାପତିଙ୍କ ଆସନକୁ ଆଙ୍ଗୁଠି ଦେଖାଇଲେ ଜୟା ବଚ୍ଚନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ପୁଣି ଚର୍ଚ୍ଚାରେ ରାଜ୍ୟସଭା ସାଂସଦ ଜୟା ବଚ୍ଚନ । ରାଜ୍ୟସଭାରେ ସଭାପତି ଜଗଦୀପ ଧନଖଡଙ୍କୁ ଆଙ୍ଗୁଠି ଦେଖାଇ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ସମାଜବାଦୀ ଦଳର ସାଂସଦ ସଭାପତିଙ୍କ ଆସନକୁ ଆଙ୍ଗୁଠି ଦେଖାଉଥିବା ଦେଖିବାକୁ ମିଳିଛି । ସଂସଦରେ ଅସଂସଦୀୟ ଆଚରଣ ପାଇଁ ସପା ସାଂସଦଙ୍କୁ ଅନେକ ସମୟରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବାକୁ ମଧ୍ୟ ପଡିଥାଏ । ଚଳିତ ବଜେଟ ଅଧିବେଶନ ବେଳେ ସଦନରେ ହଙ୍ଗାମା ଚାଲିଥିଲା ।

ସଂସଦରେ ହୋହଲ୍ଲା କରିବା ଏବଂ ଏହାକୁ ରେକର୍ଡ କରିବା ମାମଲାରେ କଂଗ୍ରେସ ସାଂସଦ ରଜନୀ ପଟେଲଙ୍କୁ ଚଳିତ ଅଧିବେଶନରୁ ନିଲମ୍ବନ କରାଯାଇଛି । ଏହାକୁ ନେଇ ଜୟା ବିରୋଧ କରିବା ସହ କଂଗ୍ରେସ ସାଂସଦଙ୍କ ସମର୍ଥନରେ ବାହାରିଥିଲେ । ତାଙ୍କ କହିବା କଥା ଯେ ରଜନୀଙ୍କୁ କହିବାକୁ ସୁଯୋଗ ଦିଆଯାଇନଥିଲା । ଜୟା ଏହି ସମୟରେ ଗୃହର ମଧ୍ୟଭାଗକୁ ଆସି ସଭାପତିଙ୍କ ଆଡକୁ ଆଙ୍ଗୁଳି କରିଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ