Masthead

ଛଟ୍ ପୂଜା ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ଛଟ୍ ପୂଜା ପାଇଁ ଅନୁମତି ମିଳିଛି । ଏନେଇ ଦିଲ୍ଲୀର ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ସୂଚନା ଦେଇଛନ୍ତି । ତେବେ ବର୍ତ୍ତମାନ ଦିଲ୍ଲୀରେ ଛଟ ପୂଜା ସର୍ବସାଧାରଣରେ ପାଳନ କରାଯାଇ ପାରିବ । ହେଲେ କରୋନାକୁ ଦୃଷ୍ଟିରେ ରଖି ଆବଶ୍ୟକ ସତର୍କତା ଏବଂ କଠୋରତା ସହ ପାଳନ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ରାଜ୍ୟ ସରକାର ଛଟ୍ ପୂଜା ପାଇଁ ବିଭିନ୍ନ ପ୍ରତିବନ୍ଧକ ଲଗାଇଥିଲେ । ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ସେପ୍ଟେମ୍ବର ୩୦ରେ ନଦୀ କୂଳ ତଥା ସର୍ବସାଧାରଣ ସ୍ଥାନରେ ଛଟ୍ ପୂଜା ଉପରେ ପ୍ରତିବନ୍ଧକ ଲଗାଇ ଏକ ନିର୍ଦ୍ଦେଶ ଜାରି କରିଥିଲେ ।

ପରେ ଏହାକୁ ନେଇ ଅନେକ ରାଜନୀତି ମଧ୍ୟ ହୋଇଥିଲା । ଏପରିକି ବିଜେପି ସାଂସଦ ମନୋଜ ତିୱାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ବାହାରେ ପ୍ରଦର୍ଶନ କରିଥିଲେ । ଏହାକୁ ଦୃଷ୍ଟିରେ ରଖି କେଜ୍ରିୱାଲଙ୍କ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲ ଛଟ ପୂଜା ପ୍ରସଙ୍ଗରେ ଏକ ଚିଠି ଲେଖିଥିଲେ । ଏହି ଚିଠିରେ ସେ ଛଟ ପୂଜାକୁ ସର୍ବସାଧାରଣରେ ପାଳନ କରିବାକୁ ଅନୁମତି ମାଗିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା