ଜନ୍ତରମନ୍ତରରେ ଆନ୍ଦୋଳନ ପାଇଁ ମିଳିବନି ଅନୁମତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭବିଷ୍ୟତରେ ଜନ୍ତରମନ୍ତରରେ ଆନ୍ଦୋଳନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ମିଳିବନିି ଅନୁମତି । ଜନ୍ତରମନ୍ତର ଛଡ଼ା ସେମାନଙ୍କୁ ଅନ୍ୟ ଉପଯୁକ୍ତ ସ୍ଥାନରେ ଅନୁମତି ଦିଆଯିବ। ଗତକାଲିର ଘଟଣା ପରେ ଦିଲ୍ଲୀ ପୁଲିସ ଏହି ସୂଚନା ଦେଇଛନ୍ତି । ସେପଟେ ଦିଲ୍ଲୀ ପୁଲିସ ଗତକାଲି ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦଙ୍ଗା ଭିଆଇବା ଅଭିଯୋଗରେ ମାମଲା ରୁଜୁ କରିଥିଲା। ରବିବାର ନୂଆ ସଂସଦଭବନ ଉଦଘାଟନ ଚାଲିଥିବା ସମୟରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିଲା ସଂଘର୍ଷ ।

ଗୋଟିଏ ମାସରୁ ଅଧିକ ସମୟ ଧରି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନେ ମହାପଂଚାୟତ ବାହାର କରିବାକୁ ନିଷ୍ପତି ନେଇଥିଲେ । ଯାହାକୁ ବିରୋଧ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ଦିଲ୍ଲୀ ପୁଲିସ । କୁସ୍ତିଯୋଦ୍ଧାଙ୍କୁ ହେପାଜତକୁ ନେବା ସହ ଧାରଣା ସ୍ଥଳରେ ଥିବା ଶିବିରକୁ ମଧ୍ୟ ଭାଙ୍ଗିଦିଆଯାଇଛି । କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ, ଭିନେଶ ଫୋଗଟ ଓ ବଜରଙ୍ଗ ପୁନିଆଙ୍କ ନାଁରେ ଏଫଆଇଆର ରୁଜୁ କରିଛି ।ମହିଳା କୁସ୍ତିଯୋଦ୍ଧାମାନଙ୍କ ପ୍ରତି ଦିଲ୍ଲୀ ପୁଲିସର ଏଭଳି ଆଚରଣକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏନସିପି ସୁପ୍ରିମୋ ଶରଦ ପାୱାର ଦିଲ୍ଲୀ ପୁଲିସର କାର୍ଯ୍ୟ ଯନ୍ତ୍ରଣାଦାୟକ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ