Masthead

ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଆଗକୁ ଆହୁରି ବଢ଼ିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପୁଣି ମହଙ୍ଗା ହେଲା ତୈଳ । ଅନ୍ତର୍ଜାତୀୟ ସ୍ତରରେ ଅଶୌଧିତ ତୈଳଦର ବୃଦ୍ଧି ପାଇବା ଫଳରେ ଘରୋଇ ବଜାରରେ ଏହାର ପ୍ରଭାବ ପଡ଼ିଛି । ପ୍ରତିଦିନ ପେଟ୍ରୋଲ୍ ଓ ଡିଜେଲ୍ ଦର ବଢ଼ି ବଢ଼ି ଚାଲିଛି । ରବିବାର ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ୍ ଓ ଡିଜେଲ ଦର ବଢ଼ାଇଛନ୍ତି । ପେଟ୍ରୋଲ ଓ ଡିଜେଲ୍ ଦର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି ।

ପ୍ରତିଦିନ ତୈଳଦର ବଢ଼ୁଥିବା ବେଳେ ଦିଲ୍ଲୀରେ ପେଟ୍ରୋଲ୍ ଲିଟର ପିଛା ଦାମ୍ ୧୦୫ ଟଙ୍କା ୮୪ ପଇସା ରହିଛି । ସେହିଭଳି ଡିଜେଲ ଦର ୯୪ ଟଙ୍କା ୫୭ ପଇସାରେ ବିକ୍ରି ହେଉଛି । ମୁମ୍ବାଇରେ ପେଟ୍ରୋଲ ୧୧୧ ଟଙ୍କା ୭୭ ପଇସା ଓ ଡିଜେଲ ଦର ୧୦୨ ଟଙ୍କା ୫୨ ପଇସା ରହିଛି । ଅକ୍ଟୋବର ମାସରେ ତିନିଦିନକୁ ବାଦ୍ ଦେଲେ ପ୍ରତିଦିନ ପେଟ୍ରୋଲ, ଡିଜେଲ୍ ଦର ବୃଦ୍ଧି ପାଇଛି ।

ମାସକରେ ତୈଳଦର ୧୪ ଥର ବୃଦ୍ଧି ପାଇ ପେଟ୍ରୋଲ ୪ ଟଙ୍କା ୧୫ ପଇସା ଓ ଡିଜେଲ ୪ ଟଙ୍କା ୭୦ ପଇସା ମହଙ୍ଗା ହୋଇଛି । ଅଶୌଧିତ ତୈଳଦର ବ୍ୟାରେଲ୍ ପିଛା ୯୦ ଡଲାର ଛୁଇଁବାକୁ ଯାଉଥିବାରୁ ଆଗକୁ ପେଟ୍ରୋଲ, ଡିଜେଲ୍ ଆହୁରି ମହଙ୍ଗା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ