Masthead

୫୮ ପଇସା ମହଙ୍ଗା ହେଲା ପେଟ୍ରୋଲ

(ବଡ଼ ଖବର ବ୍ୟୁରୋ):  ତେଲ ଦର ବୃଦ୍ଧିରେ ଲୋକଙ୍କୁ ମିଳୁନି ଆଶ୍ୱସ୍ତି । ଦିନକୁ ଦିନ ବଢୁଛି ପେଟ୍ରୋଲ ଡିଜେଲ ଦର । ଗତ ଦୁଇଦିନ ଧରି ତୈଳ ଦର ସ୍ଥିର ରହିବା ପରେ ଆଜି ପୁଣି ବଢିଲା ତୈଳ ଦର । ପେଟ୍ରୋଲ ମୂଲ୍ୟ ଲିଟର ପିଛା ୫୮ ପଇସା ବୃଦ୍ଧି ପାଇଛି । ସେହିଭଳି ଡିଜେଲ ଦର ୩୫ ପଇସା ବୃଦ୍ଧି ପାଇଛି । ମାଲକାନଗିରି କାଲିମେଳାରେ ପେଟ୍ରୋଲ ଦର ୧୧୫ ଟଙ୍କା ୫୨ ପଇସାରେ ପହଞ୍ଚିଛି ।

ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮ ଟଙ୍କା ୯୦ ପଇସା । କଟକରେ ପେଟ୍ରୋଲ ଦର ୧୦୯ଟଙ୍କା ୨୫ ପଇସା ରହିଛି । ଏହାରି ମଧ୍ୟରେ ଅନେକ ସ୍ଥାନରେ ପେଟ୍ରୋଲ ଦର ୧୦ ଟଙ୍କା ଟପିଗଲାଣି । ତେଲ ଦର ବଢିବା ଫଳରେ ଟ୍ରାନ୍ସପୋର୍ଟିଂ ଚାର୍ଜ ବଢୁଛି । ଯାହାଫଳରେ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଦର ଦାମ ମଧ୍ୟ ବୃଦ୍ଧି ପାଉଛି । ସେହିପରି ପରିବା ମାକେର୍ଟରେ ୬୦ କି ୭୦ ଟଙ୍କା ତଳକୁ କୌଣସି ପରିବା ମିଳୁ ନାହିଁ । ଦର ଦାମ ବୃଦ୍ଧି ନେଇ ଲୋକେ ହନ୍ତସନ୍ତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା