Masthead

ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ଡ୍ରାଇଭର ମହାସଙ୍ଘର ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ ଯୋଗୁଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। ପେଟ୍ରୋଲିୟମ୍‌ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଏକ ବିବୃତିରେ କହିଛନ୍ତି ଯେ, ଗତ ଦୁଇ ଦିନ ଧରି ତୈଳ ପରିବହନ ଗାଡ଼ି ପେଟ୍ରୋଲ ପମ୍ପକୁ ଆସୁନଥିବା ଯୋଗୁଁ ଅନେକ ପେଟ୍ରୋଲ ପମ୍ପରେ ତେଲ ଖାଲି ହେବାରେ ଲାଗିଛି। “ଯଦି ଆଜି ମଧ୍ୟ ତୈଳ ପରିବହନ ବନ୍ଦ ରହେ, ତେବେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ତୈଳ ସଙ୍କଟ ଦେଖାଦେବ,” ବୋଲି ଲାଠ ଚେତାବନୀ ଦେଇଛନ୍ତି। ଓଡ଼ିଶା ଡ୍ରାଇଭର ମହାସଙ୍ଘର ଏହି ଧର୍ମଘଟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ପରିବହନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ପାରାଦୀପରେ ଥିବା ତୈଳ ଟ୍ୟାଙ୍କର ଡ୍ରାଇଭରମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିବା ନେଇ ପାରାଦୀପ ଡ୍ରାଇଭର ସଂଘର ସମ୍ପାଦକ ନିରଞ୍ଜନ ସାହୁ ସୂଚନା ଦେଇଛନ୍ତି। ଏହା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳ ସହିତ ନେପାଳ ଅଇଲ କର୍ପୋରେସନକୁ ଏଲପିଜି ଯୋଗାଣ ମଧ୍ୟ ବାଧାପ୍ରାପ୍ତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ