Masthead

ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ଡ୍ରାଇଭର ମହାସଙ୍ଘର ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ ଯୋଗୁଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। ପେଟ୍ରୋଲିୟମ୍‌ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଏକ ବିବୃତିରେ କହିଛନ୍ତି ଯେ, ଗତ ଦୁଇ ଦିନ ଧରି ତୈଳ ପରିବହନ ଗାଡ଼ି ପେଟ୍ରୋଲ ପମ୍ପକୁ ଆସୁନଥିବା ଯୋଗୁଁ ଅନେକ ପେଟ୍ରୋଲ ପମ୍ପରେ ତେଲ ଖାଲି ହେବାରେ ଲାଗିଛି। “ଯଦି ଆଜି ମଧ୍ୟ ତୈଳ ପରିବହନ ବନ୍ଦ ରହେ, ତେବେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ତୈଳ ସଙ୍କଟ ଦେଖାଦେବ,” ବୋଲି ଲାଠ ଚେତାବନୀ ଦେଇଛନ୍ତି। ଓଡ଼ିଶା ଡ୍ରାଇଭର ମହାସଙ୍ଘର ଏହି ଧର୍ମଘଟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ପରିବହନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ପାରାଦୀପରେ ଥିବା ତୈଳ ଟ୍ୟାଙ୍କର ଡ୍ରାଇଭରମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିବା ନେଇ ପାରାଦୀପ ଡ୍ରାଇଭର ସଂଘର ସମ୍ପାଦକ ନିରଞ୍ଜନ ସାହୁ ସୂଚନା ଦେଇଛନ୍ତି। ଏହା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳ ସହିତ ନେପାଳ ଅଇଲ କର୍ପୋରେସନକୁ ଏଲପିଜି ଯୋଗାଣ ମଧ୍ୟ ବାଧାପ୍ରାପ୍ତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ