Before Header

ଆଜିର ପେଟ୍ରୋଲ ଓ ଡିଜେଲ ଦର

0 29

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୩ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା ୫୬ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Leave A Reply

Your email address will not be published.