Masthead

ଆଜିର ପେଟ୍ରୋଲ ଓ ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା ୫୮ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା