Masthead

ଖାଉଟିଙ୍କ ଉପରେ ମହଙ୍ଗା ମାଡ଼, ପୁଣି ବଢିଲା ପେଟ୍ରୋଲ ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ପେଟ୍ରୋଲ ଦରରେ ଲାଗିଲା ନିଆଁ । ପୁଣି ବଢିଲା ପ୍ରେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୩୫ପଇସା ଏବଂ ଡିଜେଲ ଲିଟର ପିଛା ୩୯ ପଇସା ମହଙ୍ଗା । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୯.୨୫ ଟଙ୍କା , ଡିଜେଲ ଦର ୧୦୫.୮୪ ଟଙ୍କା ରହିଛି । ଅକ୍ଟୋବର ମାସରେ ୨୧ଥର ତେଲ ଦର ବଢିଲାଣି ।

ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଅପେକ୍ଷା ଓଡ଼ିଶାରେ ତେଲ ମହଙ୍ଗା ହୋଇଛି । ଦରବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପକାଶ ପାଇଛି । ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର ପିଛା ଟ. ୧୦୮.୨୯ ଓ ଡିଜେଲ୍‌ ଲିଟର ପିଛା ଟ. ୯୭.୦୨ରେ ବିକ୍ରୟ ହେଉଛି । ମୁମ୍ବାଇରେ ପେଟ୍ରୋଲ୍‌ ଲିଟର ପିଛା ଟ. ୧୧୪.୧୪ ଥିବାବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୫.୧୨ରେ ବିକ୍ରୟ ହେଉଛି । ଚେନ୍ନାଇରେ ପେଟ୍ରୋଲ୍‌ ଲିଟର ପିଛା ଟ. ୧୦୫.୧୩ରେ କିଣା ଯାଉଥିବା ବଳେ ଡିଜେଲ୍‌ ଲିଟର ପିଛା ଟ. ୧୦୧.୨୫ରେ କିଣା ଯାଉଛି ।

କୋଲକାତାରେ ପେଟ୍ରୋଲ୍‌ ଲିଟର ପିଛା ଟ. ୧୦୮.୭୮ ଥିବା ବଳେ ଡିଜେଲ୍‌ ଲିଟର ପିଛା ଟ. ୧୦୦.୧୪ରେ ବିକ୍ରୟ ହେଉଛି । ଭାରତ ପେଟ୍ରୋଲିୟମ୍‌, ଇଣ୍ଡିଆନ୍‌ ଅଏଲ୍‌ ଓ ହିନ୍ଦୁସ୍ତାନ ପେଟ୍ରୋଲିୟମ ସମେତ ତୈଳ ବିପଣନ କମ୍ପାନିମାନଙ୍କ ଦ୍ୱାରା ଦେଶରେ ପେଟ୍ରୋଲ୍‌ ଓ ଡିଜେଲ୍‌ ଦର ସଂଶୋଧନ କରାଯାଏ । ଦରବୃଦ୍ଧି ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା